ହେଡଲାଇନସ୍:

କରୋନା ମୁକାବିଲାରେ ଆଗଧାଡିରେ ସୋଆ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

୨୦୦୦ ରୁ ଉର୍ଦ୍ଧ୍ବ  ଶଯ୍ୟା ବିଶିଷ୍ଟ କୋଭିଡ ଚିକିତ୍ସା କେନ୍ଦ୍ରରେ ଚାଲିଛି ସଂକ୍ରମିତଙ୍କ ଚିକିତ୍ସା

ଭୁବନେଶ୍ୱର : ସାରା ବିଶ୍ୱ ଏବେ କରୋନା ମହାମାରୀର କବଳରେ ଆଜି ଆତଙ୍କିତ । ଅଦୃଶ୍ୟ ଶତ୍ରୁର ଭୟରେ ଭୟଭୀତ ସାରା ବିଶ୍ୱବାସୀ । ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆମେରିକା, ଇଟାଲୀ ଓ ବ୍ରାଜିଲ୍ ଭଳି ବଡ଼ ବଡ଼ ଦେଶ ସମେତ ଭାରତ ଏପରିକି ସାରା ବିଶ୍ୱ ଏବେ କୋଭିଡ୧୯ ମହାମାରୀ ସହ ଯୁଦ୍ଧ ଜାରି ରଖିଛି । ଏହି ଯୁଦ୍ଧରେ ସାଢେ଼ ୪ କୋଟି ଓଡ଼ିଆଙ୍କ ସ୍ୱାସ୍ଥ୍ୟ ଓ ସ୍ୱାର୍ଥ ରକ୍ଷା ଲାଗି ଓଡ଼ିଶା ସରକାର ଉଦ୍ୟମ ଚଳାଇଥିବା ବେଳେ ଏହି ମହତ କାର୍ଯ୍ୟରେ ସରକାରଙ୍କ ସହ ହାତ ମିଳାଇଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ।

ଜନସାଧାରଣଙ୍କ ସ୍ୱାସ୍ଥ୍ୟରକ୍ଷା ସୋଆର ମୂଳମନ୍ତ୍ର ହୋଇଥିବା ବେଳେ ଏହି ମହାମାରୀର ମୁକାବିଲା ପାଇଁ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା କୋଭିଡ-୧୯ ହସ୍ପିଟାଲ୍ ଗୁଡିକ ମଧ୍ୟରୁ ୪ଟି କୋଭିଡ ହସ୍ପିଟାଲ୍ ଏବଂ ଦୁଇଟି କୋଭିଡ କେୟାର ସେଂଟରର ଦାୟିତ୍ୱ ନେଇଛି ସୋଆ । ଉଦେ୍ଧଶ୍ୟ ରହିଛି ସଂକ୍ରମିତ ବ୍ୟକ୍ତି କିପରି ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇ ଘରକୁ ଫେରନ୍ତୁ ।

ଗତ ମାର୍ଚ୍ଚ ମାସ ଦ୍ୱିତୀୟ ସପ୍ତାହ ବେଳକୁ କରୋନା ମହାମାରୀର ପ୍ରଭାବ ଓଡ଼ିଶାରେ ଦେଖାଦେଇଥିବା ବେଳେ ମାତ୍ର ଦୁଇ ତିନି ଜଣ ସଂକ୍ରମିତ ହୋଇଥିଲେ । ତେବେ ସେହି ମୁହୁର୍ତ ଠାରୁ ହିଁ ଯୁଦ୍ଧକାଳୀନ ଭିତିରେ ଓଡ଼ିଶାବାସୀଙ୍କୁ ଏହି ମହାମାରୀ କବଳରୁ ରକ୍ଷା କରିବା ଏବଂ ସେମାନଙ୍କର ଚିକିତ୍ସା କରାଇବା ନେଇ ଅଂଟା ଭିଡିଥିଲେ ରାଜ୍ୟ ସରକାର ଓ କୋଭିଡ ହସ୍ପିଟାଲ୍ ଆରମ୍ଭ କରିବା ନିମନ୍ତେ ସହଯୋଗର ହାତ ବଢ଼ାଇଥିଲା ସୋଆ ।

ଜୀବନ ଜୀବିକାର ଦୋ ଛକିରେ ଥିବା ଓଡ଼ିଶାବାସୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବା ସହ ତାଙ୍କୁ ସୁସ୍ଥ କରିବା ଲକ୍ଷ୍ୟରେ ସୋଆ ପକ୍ଷରୁ ୨୦୦୦ରୁ ଊଦ୍ଧ୍ୱର୍ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ୍ ଏବଂ କୋଭିଡ କେୟାର ସେଂଟର ପରିଚାଳନା କରାଯାଉଛି ।ଏପି୍ରଲ ୬ ତାରିଖରେ ଭୁବନେଶ୍ୱର ସ୍ଥିତ ସୋଆ କ୍ୟାମ୍ପସ୍ ୨ରେ ମହାନଦୀ କୋଲ ଫିଲ୍ଡସର  ସହଭାଗିତାରେ ସୋଆ ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଆରମ୍ଭ ହୋଇଥିଲା ୫୨୫ ଶଯ୍ୟା ବିଶିଷ୍ଟ ସମ୍ କୋଭିଡ ହସ୍ପିଟାଲ୍ । ପରବର୍ତୀ ପର୍ଯ୍ୟାୟରେ ଏହାର ସଂଖ୍ୟା ଆଉ ୧୦୦କୁ ବୃଦ୍ଧି ହୋଇ ୬୨୫ରେ ପହଂଚିଛି । ଏଥିରେ ୫୦୦ ଶଯ୍ୟା ରହିଥିବା ବେଳେ ୧୨୫ଟି ଆଇସିୟୁ ଶଯ୍ୟାର ବ୍ୟବସ୍ଥା କରାଯାଇଛି । ଏହି ହସ୍ପିଟାଲ ଓଡ଼ିଶାର ବୃହତମ ଏବଂ ଭାରତର ଅନ୍ୟତମ ବୃହତମ କୋଭିଡ ଆଇସିୟୁ ଭାବେ ପରିଗଣିତ ହେଉଛି । 

ସେହିପରି ସୋଆ ପକ୍ଷରୁ ଏପ୍ରିଲ  ୧୨ ତାରିଖରେ କେନ୍ଦ୍ରାପଡ଼ାରେ ମଧ୍ୟ ରାଜ୍ୟ ସରକାରଙ୍କ ସହଭାଗିତାରେ ୧୭୦ ଶଯ୍ୟା ବିଶିଷ୍ଟ ସମ୍ କୋଭିଡ ହସ୍ପିଟାଲ୍ ଆରମ୍ଭ କରାଯାଇଛି । ଏହି ହସ୍ପିଟାଲରେ ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ୧୬୦ଟି ଶଯ୍ୟା ରହିଥିବା ବେଳେ ୧୦ଟି ଆଇସିୟୁ ଶଯ୍ୟା ରହିଛି । ଏପ୍ରିଲ୍ ୨୦ ତାରିଖରେ ତାଳଚେର ଠାରେ ଏମ୍ସିଏଲ୍ର ସହଭାଗିତାରେ ୧୫୦ଶଯ୍ୟା ବିଶିଷ୍ଟ ସମ୍ କୋଭିଡ ହସ୍ପିଟାଲ୍ ଆରମ୍ଭ ହୋଇଥିଲା । ଏଠାରେ ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ ୧୪୪ଟି ଶଯ୍ୟା ରହିଥିବା ବେଳେ ୬ଟି ଆଇସିୟୁ ଶଯ୍ୟା ରହିଛି ।

ସେହିପରି ଗତ ଜୁଲାଇ ୨୩ ତାରିଖରେ ନୟାଗଡ ଜିଲ୍ଲାର ଚାନ୍ଦପୁର ଠାରେ ୩୬୬ ଶଯ୍ୟା ବିଶିଷ୍ଟ ସମ୍ କୋଭିଡ ହସ୍ପିଟାଲ୍ ଆରମ୍ଭ କରାଯାଇଛି । ଏଥିରେ ୩୫୦ଟି ଶଯ୍ୟା ରହିଥିବା ବେଳେ ୧୬ଟି ଆଇସିୟୁ ଶଯ୍ୟା ରହିଛି । ଲକ୍ଷଣବିହୀନ କିମ୍ବା କମ୍ ଲକ୍ଷଣ ଥିବା କରୋନା ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ଜାମୁଝରି ଏବଂ ଜଟଣୀର ଖୁଦୁପୁର ଠାରେ ସୋଆ ପକ୍ଷରୁ ୫୦୦ ଓ ୩୦୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଂଟର୍ ମଧ୍ୟ ଆରମ୍ଭ କରାଯାଇଛି । ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡାକ୍ତର, ନର୍ସ ଏବଂ ପାରାମେଡିକାଲ୍ କର୍ମଚାରୀମାନେ ଏହି ହସ୍ପିଟାଲଗୁଡିକରେ  ଦିନରାତି ନିଷ୍ଠାର ସହ କରୋନା ସଂକ୍ରମିତଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି ।

ସୋଆ ପକ୍ଷରୁ ୧୫୭ ଆଇସିୟୁ ଶଯ୍ୟା ସମେତ ୨୧୧୧ ଶଯ୍ୟାର ବ୍ୟବସ୍ଥା କରାଯାଇ ହସ୍ପିଟାଲ୍ ଏବଂ କୋଭିଡ କେୟାର ସେଂଟରଗୁଡ଼ିକରେ ସଂକ୍ରମିତଙ୍କ ଚିକିତ୍ସା କରାଯାଉଛି । ସଂକ୍ରମିତଙ୍କ ସଂଖ୍ୟା ପ୍ରତ୍ୟେକ ଦିନ ବଢ଼ି ଚାଲିଥିବା ବେଳେ ୮୦ ରୁ ୯୦ ପ୍ରତିଶତ ଶଯ୍ୟା ପୂରଣ ହୋଇ ଚିକିତ୍ସା ଜାରୀ ରହିଛି । ଏହା ଏକ ଯୋଦ୍ଧା ଏବଂ ଦିନ ରାତି ଏହି ମହାମାରୀ ସହ ଯୁଦ୍ଧ କରୁଥିବା ଯୋଦ୍ଧାମାନଙ୍କ ପାଇଁ ଆମେ ଗର୍ବିତ ବୋଲି କହିଛନ୍ତି ସୋଆର ପ୍ରତିଷ୍ଠାତା   ସଭାପତି ପ୍ରଫେସର ମନୋଜରଞ୍ଜନ ନାୟକ ।

ହସ୍ପିଟାଲ୍ ଏବଂ କୋଭିଡ କେୟାର ସେଂଟରଗୁଡ଼ିକରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ଏହି କରୋନା ଯୋଦ୍ଧାମାନଙ୍କ ଯୋଗୁଁ କରୋନା ସଂକ୍ରମଣ ସହିତ ଅନେକ ଦୁଃସାଧ୍ୟ ରୋଗରେ ପୀଡ଼ିତ ଥିବା ବ୍ୟକ୍ତି ବିଶେଷ ମଧ୍ୟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ସଂକ୍ରମଣ ବୟସ୍କ ବ୍ୟକ୍ତି ଏବଂ ଶିଶୁମାନଙ୍କ କ୍ଷେତ୍ରରେ ଅଧିକ ମାରାତ୍ମକ ଅଟେ । କିନ୍ତୁ ସମ୍ କୋଭିଡ ହସ୍ପିଟାଲଗୁଡିକରେ  ୮୦ ରୁ ୮୫ ବର୍ଷର ବୃଦ୍ଧ ବୃଦ୍ଧା ଏବଂ ୧୦ ବର୍ଷରୁ କମ୍ ବୟସର ଶିଶୁ ସଂପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିପାରିଛନ୍ତି ।

କରୋନା ଭାଇରସ୍ ସଂକ୍ରମଣ ସହ ମୁକାବିଲା କରିବା ଏତେ ସହଜସାଧ୍ୟ ନୁହେଁ । ଏହି ସଂକ୍ରମଣକୁ ରୋକିବା ପାଇଁ ଜ୍ଞାନ, କୌଶଳ  ଏବଂ ବୁଝାମଣାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର କହିଛନ୍ତି ।

ଏହି ମହାମାରୀରୁ ଜନସମାଜକୁ ରକ୍ଷା କରିବା ନିମନ୍ତେ କୋଭିଡ-୧୯ ଭାକ୍ସିନ୍ର ପରୀକ୍ଷଣରେ ମଧ୍ୟ ନିଜକୁ ନିୟୋଜିତ କରିଛି ସୋଆ । କୋଭିଡ-୧୯ ଭାକ୍ସିନ୍ର ମଣିଷ ଉପରେ ପ୍ରୟୋଗ ନିମନ୍ତେ ବିଧିବଦ୍ଧ ପ୍ରକ୍ରିୟା ସମ୍ ହସ୍ପିଟାଲରେ  ଆରମ୍ଭ କରାଯାଇଛି । ଆଇସିଏମ୍ଆର୍ ଏବଂ ଭାରତ ବାୟୋଟେକର  ମିଳିତ ସହଯୋଗରେ ଏହି ଭାକ୍ସିନର  ପ୍ରସ୍ତୁତି ଚାଲିଥିବା ବେଳେ ସମ୍ ହସ୍ପିଟାଲ୍ରେ ଏହାର ପରୀକ୍ଷଣ ଆରମ୍ଭ କରାଯାଇଛି । ଅନେକ ସ୍ୱେଚ୍ଛାସେବୀଙ୍କ ଶରୀରରେ ଏହି ଟୀକା ପରୀକ୍ଷଣ ଜାରୀ ରହିଛି । ସେହିପରି ସମ୍ କୋଭିଡ୍ ହସ୍ପିଟାଲର  ପ୍ଲାଜମା ଥେରାପି ପ୍ରକ୍ରିୟା ମଧ୍ୟ ଆରମ୍ଭ କରାଯିବା ସହ କୋଭିଡ-୧୯ ମହାମାରୀର ସଂକ୍ରମଣର ଢ଼ାଂଚାକୁ ଅଧିକ ଗଭୀରଭାବେ ବୁଝିବା ନିମନ୍ତେ ସମ୍ ହସ୍ପିଟାଲର  ଜେନୋମିକ୍ ଗବେଷଣା ମଧ୍ୟ ଆରମ୍ଭ କରାଯାଇଛି ।

କୋଭିଡ ହସ୍ପିଟାଲ୍ ଏବଂ କୋଭିଡ କେୟାର ସେଂଟରଗୁଡ଼ିକରେ ଭର୍ତି ହେଉଥିବା ସଂକ୍ରମିତଙ୍କର ଚିକିତ୍ସା ସୁଚାରୁରୂପେ କରାଯାଉଛି । ସେମାନଙ୍କର ଖାଇବା, ପିଇବା ଏବଂ ରହିବାର ସୁବ୍ୟବସ୍ଥା କରାଯିବା ସହ ସଠିକ୍ ପରିଚାଳନା ମଧ୍ୟ କରାଯାଉଛି । ଏସବୁ ସତ୍ୱେ କେତେକ ଗଣମାଧ୍ୟମ କରୋନା ଚିକିତ୍ସାକୁ ନେଇ ସମ୍ ବିରୁଦ୍ଧରେ ଅପପ୍ରଚାର ଚଳାଇବା ଦୁଃଖଦାୟକ । ସଂପୃକ୍ତ ଗଣମାଧ୍ୟମଗୁଡ଼ିକ ଏଭଳି କାର୍ଯ୍ୟରୁ ନିବୃତ ରହିବାକୁ ଅନୁରୋଧ । 

0
0
0
s2sdefault