ହେଡଲାଇନସ୍:

ପାରଳାଖେମୁଣ୍ଡି ମହାରାଜଙ୍କ ବିୟୋଗରେ ରାଜ୍ୟ ବିଜେପିର ଗଭୀର ଶୋକ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ମହାରାଜ ଗୋପୀନାଥ ଗଜପତି ନାରାୟଣ ଦେଓଙ୍କ ବିୟୋଗରେ ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ପୂର୍ବତନ ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ ଏବଂ ବଲାଙ୍ଗୀର ସାଂସଦ ସଂଗୀତା ସିଂହଦେଓ ଗଭୀର ଶୋକ ବ୍ୟକ୍ତ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି । 

ସ୍ୱର୍ଗତଃ ଦେଓ ଜଣେ ଦକ୍ଷ ରାଜନୈତିକ ଭାବେ ବେଶ ଜଣାଶୁଣା ଥିଲେ । ସେ ବ୍ରହ୍ମପୁର ଲୋକସଭା ସାଂସଦ ଭାବେ ଦୁଇ ଥର ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ଗଜପତି ଜିଲ୍ଲାରେ ଶୋକର ଛାଇ ଖେଳିଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ବିଜେପି ନେତୃବୃନ୍ଦ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି 

0
0
0
s2sdefault