ହେଡଲାଇନସ୍:

ବାସ୍ତବିକ ଖୁସି ଖବର : କ୍ୟାନ୍ସର ଥାଇ ବି ସମ୍ କୋଭିଡ ହସ୍ପିଟାଲରେ କରୋନାରୁ ସୁସ୍ଥ ହେଲେ ୯୦ ବର୍ଷୀୟ ବ୍ୟକ୍ତି 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର(ଶାସକ ପ୍ରଶାସକ) : କ୍ୟାନ୍ସରରେ ଆକ୍ରାନ୍ତ ଏବଂ କରୋନା ସଂକ୍ରମିତ ଜଣେ ୯୦ ବର୍ଷୀୟ ବରିଷ୍ଠ ନାଗରିକ  କୋଭିଡକୁ ପରାସ୍ତ କରିଛନ୍ତି । ସମ୍ କୋଭିଡ ହସ୍ପିଟାଲ୍ରୁ କରୋନା ମୁକ୍ତ ହୋଇଛନ୍ତି ଶ୍ରୀ ମୁରଲୀଧର ଶତପଥୀ ।

ଗଳା କର୍କଟ ରୋଗରେ ଗତ ମାର୍ଚ୍ଚ ମାସରୁ ପୀଡିତ ଥିବା ଏହି ବରିଷ୍ଠ ନାଗରିକଙ୍କର କ୍ୟାନ୍ସର ଚିକିତ୍ସା ଚାଲିଥିବା ବେଳେ ଗତ ଅକ୍ଟୋବର ୧୦ ତାରିଖରେ ସେ କରୋନା ସଂକ୍ରମିତ ହୋଇଥିଲେ । ସଂକ୍ରମିତ ହେବା ପରେ କ୍ୟାନ୍ସର ହସ୍ପିଟାଲରୁ  ତାଙ୍କୁ ସମ୍ କୋଭିଡ ହସ୍ପିଟାଲ୍କୁ ସ୍ଥାନାନ୍ତରିତ କରାଯାଇଥିଲା । କୋଭିଡ ହସ୍ପିଟାଲରେ  ଭର୍ତି ହେବା ପରେ ତାଙ୍କର ଚିକିତ୍ସା ଆରମ୍ଭ କରିଥିଲେ ସମ୍ କୋଭିଡ ଟିମ୍ ।

ସମ୍ କୋଭିଡ ହସ୍ପିଟାଲର  ଡାକ୍ତର, ନର୍ସ ଓ ପାରାମେଡିକ୍ସଙ୍କର ଉତମ ଚିକିତ୍ସା, ଯତ୍ନ ଓ ସେବା ଶୁଶ୍ରୁଷା ଫଳରେ ସେ ସୁସ୍ଥ ହେବା ସହ କରୋନାକୁ ପରାସ୍ତ ମଧ୍ୟ କରିସାରିଛନ୍ତି । ହସ୍ପିଟାଲ୍ରେ ଭର୍ତି ହେବା ସମୟରେ ଠିକରେ  ଖାଇପାରୁ ନଥିବା ଏବଂ କେବଳ ତରଳ ପଦାର୍ଥ ଗ୍ରହଣ କରୁଥିବା ଏହି ବରିଷ୍ଠ ନାଗରିକଜଣଙ୍କ ହସ୍ପିଟାଲରୁ  ସୁସ୍ଥ ହୋଇପାରିଥିବା ନେଇ ଆନନ୍ଦ ପ୍ରକଟ କରିଛନ୍ତି ତାଙ୍କ ସମ୍ପର୍କୀୟ ଶ୍ରୀ ସବ୍ୟସାଚୀ ମିଶ୍ର । ଏନେଇ ସେ ସମ୍ କୋଭିଡ ଟିମକୁ  ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ।

ଜଣେ କ୍ୟାନ୍ସର ଆକ୍ରାନ୍ତଙ୍କ କ୍ଷେତ୍ରରେ କୋଭିଡ ସଂକ୍ରମଣ ଅଧିକ ସମ୍ବେଦନଶୀଳ ପ୍ରସଙ୍ଗ ହୋଇଥିବା ବେଳେ ମୁରଲୀଧର କରୋନାକୁ ପରାସ୍ତ କରିବା ନିଶ୍ଚିତ ଭାବେ କରୋନା ରୋଗୀଙ୍କ କ୍ଷେତ୍ରରେ ଆଶାଜନକ ବାର୍ତା ପ୍ରଦାନ କରୁଛି । କୋଭିଡକୁ ଯେ ପରିଣତ ବୟସରେ ଓ ଭୟଙ୍କର ରୋଗ ଆକ୍ରାନ୍ତ ହୋଇଥିବା ସତ୍ୱେ ପରାସ୍ତ କରିହେବ ତାହା ଧୀରେ ଧୀରେ ସ୍ପଷ୍ଟ ହେବାରେ ଲାଗିଛି । ସମ୍ କୋଭିଡ ଟିମର  ଉଦ୍ୟମ, ସେବା ଓ ଯତ୍ନ ଫଳରେ ଏଭଳି ଅନେକ ବରିଷ୍ଠ ନାଗରିକ ଏବଂ ବିଭିନ୍ନ ରୋଗରେ ଆକ୍ରାନ୍ତ କରୋନା ସଂକ୍ରମିତ ସୁସ୍ଥ ହେଉଥିବାର ଦେଖିବାକୁ ମିଳୁଛି । 

0
0
0
s2sdefault