ହେଡଲାଇନସ୍:

ନବନିଯୁକ୍ତ କୁଳପତି ମାନଙ୍କ ସହିତ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

୫-ଟି କୁ ଅନୁପାଳନ ପୂର୍ବକ  ବିଶ୍ୱବିଦ୍ୟାଳୟକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ରରେ ପରିଣତ କରିବା ପାଇଁ ମନ୍ତ୍ରୀଙ୍କ ଗୁରୁତ୍ୱ 

ବିଶ୍ୱବିଦ୍ୟାଳୟରେ ଗବେଷଣା କାର୍ଯ୍ୟକୁ ପ୍ରାଥମିକତା ପ୍ରଦାନ କରିବାକୁ ରଖିଲେ ମତ 

ଭୁବନେଶ୍ୱର (ଶାସକ ପ୍ରଶାସକ) : ଓଡିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଆନୁକୂଲ୍ୟରେ ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତି ମାନଙ୍କ ସହିତ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁଙ୍କର ଏକ ବୈଠକ ଆଜି ଅନୁଷ୍ଠିତ ହୋଇଥିଲା । ବିଶ୍ୱବିଦ୍ୟାଳୟରେ ଗବେଷଣା କାର୍ଯ୍ୟକୁ ପ୍ରାଥମିକତା ପ୍ରଦାନ କରିବା ସହିତ ଠିକ ସମୟରେ ନାମଲେଖା, ପାଠ୍ୟକ୍ରମ ସାରିବା ଓ ପରୀକ୍ଷା କରିବା ସହିତ ନିର୍ଦ୍ଧାରିତ ସମୟ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶନ କରିବା ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ବୈଠକରେ ଗୁରୁତ୍ୱ ଆରୋପ କରିଥିଲେ । ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରବର୍ତିତ ୫ଟି କୁ ଅନୁପାଳନ କରି ବିଶ୍ୱବିଦ୍ୟାଳୟକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ରରେ ପରିଣତ କରିବା ପାଇଁ ମନ୍ତ୍ରୀ ଡଃ ସାହୁ କହିଥିଲେ ।

ବୈଠକରେ ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ଫକୀର ମୋହନ ବିଶ୍ୱବିଦ୍ୟାଳୟ, ଗଂଗାଧର ମେହେର ବିଶ୍ୱବିଦ୍ୟାଳୟ, ଉତର ଓଡିଶା ବିଶ୍ୱବିଦ୍ୟାଳୟ ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିମାନଙ୍କ ସମେତ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଓଡିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସ ପ୍ରମୁଖ ଯୋଗ ଦେଇଥିଲେ । 

0
0
0
s2sdefault