ହେଡଲାଇନସ୍:

ଶିମିଳିପାଳ  ଅଭୟାରଣ୍ୟରେ ଅଗ୍ନି ନିୟନ୍ତ୍ରଣାଧୀନ ଅଛି ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ସତର୍କ ରହିବା ସହ ପ୍ରତିଷେଧ ମୂଳକ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ୱର (ଶାସକ ପ୍ରଶାସକ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଶିମିଳିପାଳ  ଅଭୟାରଣ୍ୟ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିମିଳିପାଳ କେବଳ ଓଡିଶା ବା ଭରତର  ନୁହେଁ ଏହା ସମଗ୍ର ବିଶ୍ଵର ଏକ ଅମୂଲ୍ୟ ସମ୍ପଦ । ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ପ୍ରତିଷେଧ ମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦେଶ ଦେଇଥିଲେ । 

ଶିମିଳିପାଳ  ଅଭୟାରଣ୍ୟ ପରିସ୍ଥିତି ସମ୍ପର୍କରେ ବୈଠକରେ ସୂଚନା ଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଜଙ୍ଗଲ ଓ ପରିବେଶ ବିଭାଗ ଡା. ମୋନା ଶର୍ମା କହିଥିଲେ ଯେ ଶିମିଳିପାଳରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ଅଛି । ଏଥିରେ କୌଣସି ଜୀବନ ହାନି ଘଟି ନାହିଁ । ନିଆଁ କୁ ନିୟନ୍ତ୍ରଣ କରିବା ପାଇଁ SOP ଜାରି କର ଯାଇଛି  ଏବଂ ବଡ ବଡ ଗଛ ମାନଙ୍କର କିଛି କ୍ଷତି ହୋଇନାହିଁ ।Fire Alert ସମ୍ପର୍କରେ ପ୍ରତି ସନ୍ଧ୍ଯାରେ ରାଜ୍ୟ ସରକାରଙ୍କୁ ଓ ଜିଲ୍ଲାପାଳଙ୍କୁ ଅବଗତ କରିବା ପାଇଁ DFOଙ୍କୁ ନିର୍ଦ୍ଦେଶ ଦିଆଯାଇଛି  ବୋଲି ଡା। ମୋନା ଶର୍ମା କହିଛନ୍ତି ।  PCCF Wildlife ଘଟଣା ସ୍ଥଳରେ ଉପସ୍ଥିତ ଅଛନ୍ତି । ଏବଂ ପରିସ୍ଥିତି ଉପରେ ନଜର ରଖିଛନ୍ତି ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ସଚିବ  5T ଶ୍ରୀ ଭି. କେ. ପାଣ୍ଡିଆନ , PCCF Wildlife  ଏବଂ ଜଙ୍ଗଲ ବିଭାଗର ବରିଷ୍ଠ ପଦାଧିକାରୀ ମାନେ ଉପସ୍ଥିତ ଥିଲେ

0
0
0
s2sdefault