ହେଡଲାଇନସ୍:

ଲୋକାର୍ପିତ ହେଲା ୩୦୦୦ ମୋ ସେବା କେନ୍ଦ୍ର ଓ ଓଡିଶା ୱାନ ପୋର୍ଟାଲ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

୮୦୦୦ ଯୁବକ ଯୁବତୀଙ୍କପାଇଁ ଆତ୍ମ ନିଯୁକ୍ତି ସୁଯୋଗ- ମୁଖ୍ୟମନ୍ତ୍ରୀ

  • ଘରପାଖରେ ଲୋକଙ୍କୁ ସେବା ଯୋଗାଇବା ପାଇଁ ଯୁଗାନ୍ତକାରୀ ପଦକ୍ଷେପ 

  • ସେବା ଓ ସମ୍ମାନ ସରକାରଙ୍କର ମୁଳମନ୍ତ୍ର

  • ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ ମୋ ସେବା କେନ୍ଦ୍ର

ଭୁବନେଶ୍ବର(ଶାସକ ପ୍ରଶାସକ) : ଆଜି ହେଉଛି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଦିବସ | ଆଜିର ଦିନକୁ ରାଜ୍ୟ, ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଭାବରେ ପାଳନ କରୁଛି | ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ OdishaOne Portal ଲୋକାର୍ପିତ କରିଛନ୍ତି | 5T ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ବ କରାଯାଇଛି | ଇଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୁଳମନ୍ତ୍ର | ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ | ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ | ଏହି ଲକ୍ଷ୍ୟ ନେଇ ଆମର “5T Initiative ଓ ମୋ ସରକାର”   କାର୍ଯ୍ୟକ୍ରମ ଆରମ୍ଭ ହୋଇଛି | ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ତା ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି |

Technologyର ଉପଯୋଗ ସମ୍ପର୍କରେବିଜୁବାବୁଙ୍କ ଚିନ୍ତାଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁବାବୁ ଚାହୁଁଥିଲେ Technology ର ସୁବିଧା ଗାଁ ଗାଁ ରେ ପହଞ୍ଚୁ  ବିଜ୍ଞାନର ସୁଫଳ ସାଧାରଣ ଲୋକର ସେବାରେ ଉପଯୋଗ ହେଉ | ତାର ଜୀବନଧାରଣ ମାନରେ ଉନ୍ନତି ଆସୁ | ମୋ ସେବାକେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ | ଏହି କେନ୍ଦ୍ର ଦ୍ବାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାରର ସରକାରୀ ସୁବିଧା ପାଇପାରିବେ | ଏଥିପାଇଁ ସେମାନଙ୍କୁ ଆଉବାରମ୍ବାର ଅଫିସ ଯିବାର ଆବଶ୍ୟକତା ରହିବ ନାହିଁ |

ମୁଖ୍ୟମନ୍ତ୍ରୀ କହିଥିଲେ ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ | ଏହାଦ୍ବାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ | ସେହିପରି ସହରବାସୀ ତଥା କମ୍ପୁଟର ଜାଣିଥିବା ଲୋକମାନଙ୍କ ପାଇଁ OdishaOne Portal  ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ | ଏହି ଦୁଇ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ |

ସୂଚନାଯୋଗ୍ୟ ଯେ ଅଗଷ୍ଟ ୨୦୧୯ଦିନ 5T ଉପକ୍ରମର ଶୁଭାରମ୍ଭ ଉଦ୍‌ଘାଟନ ସମୟରେ ମୁଖ୍ୟମନ୍ତ୍ରୀ  ସରକାରୀ ଅଫିସକୁ ବିଭିନ୍ନ ସେବା ପାଇବାପାଇଁ ଲୋକଙ୍କୁ ବାରମ୍ବାର ଯିବାରୁ ମୁକ୍ତିଦେବାରେ 5T ଉପକ୍ରମ ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ ବୋଲି କହିଥିଲେ |  ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ଓ ଯୁବସେବା E&IT ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଏହାକୁ ମୁଖ୍ୟମନ୍ତ୍ରୀ ଙ୍କର ଏକ ଐତିହାସିକ ପଦକ୍ଷେପ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାଦ୍ବାରା ସମାଜର ସବୁ ବର୍ଗର ଲୋକ ଉପକାର ପାଇବେ ବୋଲି ମତ ଦେଇଥିଲେ |

ମୋ ସେବାକେନ୍ଦ୍ରର ସୁବିଧା ନେଇଥିବା କୋଣାର୍କ, ହିଞ୍ଜିଳି, ଅତାବିରା, ନବରଙ୍ଗପୁର, ଭଦ୍ରକ ଓ ଗଜପତିର ହିତାଧିକାରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ମତବିନିମୟ କରିଥିଲେ | ସେମାନେ ରାଜ୍ୟସରକାରଙ୍କ ଏହି କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା  କରିଥିଲେ |

ମୁଖ୍ୟମନ୍ତୀଙ୍କ ସଚିବ (5T) ଶ୍ରୀ ଭି.କେ.ପାଣ୍ଡିୟାନ୍‌ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ |

Electronics & IT ବିଭାଗର ସଚିବ ଶ୍ରୀ ମନୋଜ ମିଶ୍ର କାର୍ଯ୍ୟକ୍ରମ ସଂପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ | ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରେ ସ୍ଥାନୀୟ ସାଂସଦ ଓ ବିଧାୟକମାନଙ୍କ ସମେତ ବିଭାଗୀୟ ଉପଦେଷ୍ଟା ଶ୍ରୀ ଅନୁଭବ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ |

 

0
0
0
s2sdefault