140 ଅବସରପ୍ରାପ୍ତ ରେଳବାଇ କର୍ମଚାରୀଙ୍କୁ କୋଭିଡ ଟୀକା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର(ଶାସକ ପ୍ରଶାସକ): ଆଜି ଭୁବନେଶ୍ୱରର ମଞ୍ଚେଶ୍ୱର ଠାରେ ଥିବା ରେଳବାଇ କେନ୍ଦ୍ରୀୟ ଚିକିତ୍ସାଳୟରେ ପ୍ରାୟ 140 ଜଣ ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ କୋଭିଡ ଟୀକା ଦିଆଯାଇଛି। ପୂର୍ବରୁ ପୂର୍ବତଟ ରେଳପଥ ମାର୍ଚ୍ଚ ମାସ ୪ ତାରିଖ ଠାରୁ ରେଳବାଇ କେନ୍ଦ୍ରୀୟ ଚିକିତ୍ସାଳୟରେ ସମସ୍ତ ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ କୋଭିଡ ଟିକା ପ୍ରଦାନ କରିବାକୁ ଘୋଷଣା କରିଥିଲା। 

ଅବସରପ୍ରାପ୍ତ ରେଳବାଇ କର୍ମଚାରୀମାନେ ସରକାରୀ ଛୁଟି ଦିନ ବ୍ୟତୀତ ସପ୍ତାହର ସୋମବାର ଠାରୁ ଶୁକ୍ରବାର ମଧ୍ୟରେ ପୂର୍ବାହ୍ନ ୯ ଘଟିକା ଠାରୁ ଅପରାହ୍ନ ୪ ଘଟିକା ମଧ୍ୟରେ କେନ୍ଦ୍ରୀୟ ଚିକିତ୍ସାଳୟରେ ସେମାନଙ୍କ ନାମ ପଞ୍ଜିକରଣ କରିବା ପାଇଁ କୁହାଯାଇଅଛି | ଅବସରପ୍ରାପ୍ତ ରେଳ କର୍ମଚାରୀମାନେ ସେମାନଙ୍କର ଆଧାର କାର୍ଡ (ବାଧ୍ୟତାମୂଳକ), ପ୍ୟାନ୍ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାସପୋର୍ଟ, RELHS କାର୍ଡ ପଞ୍ଜିକରଣ ସମୟରେ ଦାଖଲ କରିବା ସହିତ OTP ପାଇଁ ସେମାନଙ୍କର ଆଧାର ସଂଯୁକ୍ତ ମୋବାଇଲ୍ ନମ୍ବର ପାଖରେ ରଖିବା ଉଚିତ୍ |

0
0
0
s2sdefault