ହେଡଲାଇନସ୍:

ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଖରାବେଳେ ଶ୍ରମିକମାନଙ୍କୁ ବାହାରେ କାର୍ଯ୍ୟ କରିବା ନିଷେଧ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି

ଭୁବନେଶ୍ୱର: (ଗିରିଜା ଶଙ୍କର ଦାଶ) ରାଜ୍ୟ ସରକାରଙ୍କର ସମସ୍ତ ବିଭାଗ ତଥା ଓଡ଼ିଶାରେ ଥିବା  ଭାରତ ସରକାରଙ୍କ ସମସ୍ତ ବିଭାଗ, ବେସରକାରୀ ନିଯୁକ୍ତିଦାତା, ସମସ୍ତ ବାଣିଜ୍ୟ ଓ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର ମାଲିକ ଏବଂ ଠିକାଦାରମାନଙ୍କୁ ଅନୁରୋଧ କରାଯାଉଛି ଯେ ସେମାନଙ୍କ ଅଧୀନରେ ଏବଂ ବାହାରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ଚଳିତ ଗ୍ରୀଷ୍ମ ଋତୁରେ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ନିମନ୍ତେ ୩୦/୦୬/୨୦୧୮ ପର୍ଯ୍ୟନ୍ତ ପ୍ରତ୍ୟୟ ମଧ୍ୟାହ୍ନ ୧୧ଟାରୁ ଅପରାହ ୩.୩୦ ମିନିଟ ପର୍ଯ୍ୟନ୍ତ କାର୍ଯ୍ୟରେ ନଲଗାଇବାକୁ ବିଧିବଦ୍ଧ  ବ୍ୟବସ୍ଥା କରିବେ ଓ ଆବଶ୍ୟକ ସ୍ଥଳେ କାର୍ଯ୍ୟନିର୍ଘଣ୍ଟର ସମୟ ପରିବର୍ତ୍ତନ କରିବୋ ଯଦି କୌଣସି କାର୍ଯ୍ୟ ଜରୁରୀ ବୋଲି ମନେହୁଏ କିମ୍ବା ଅତ୍ୟାବଶ୍ୟକୀୟ ସେବା ସହ ଜଡ଼ିତ ଯେଉଁଥିରେ  କି ଶ୍ରମିକମାନଙ୍କୁ ଉପରୋକ୍ତ ସମୟ ପାଇଁ ବିଶ୍ରାମ ଦିଆଯାଇପାରିବ ନାହିଁ ତେବେ ଉପରୋକ୍ତ ନିଯୁକ୍ତିଦାତାମାନେ ଶ୍ରମିକମାନଙ୍କୁ ସମ୍ଭାବ୍ୟ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ପାଇଁ ନିମ୍ନମତେ ସତର୍କମୂଳକ ପଦକ୍ଷେପ ନେବୋ ସେମାନଙ୍କ ପାଇଁ ଶୀତଳ ପାନୀୟ ଜଳର ସୁବ୍ୟବସ୍ଥା, ଛାୟା ପ୍ରଦାନ ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା, ସ୍ୱାସ୍ଥ୍ୟସେବା ପାଇଁ ଡାକ୍ତରୀ ଚିକିତ୍ସାର ବ୍ୟବସ୍ଥା ଓ ପ୍ରତ୍ୟେକ ଶ୍ରମିକଙ୍କ ପାଇଁ ଓ.ଆର୍.ଏସ୍ ପ୍ୟାକେଟ୍ ବ୍ୟବସ୍ଥା କରିବା ପାଇଁ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରୀ କରାଯାଇଛିା

ଜିଲ୍ଲାର ମୁଖ୍ୟ ଚିକିତ୍ସାଧିକାରୀ, ଉପମଣ୍ଡଳ ଚିକିତ୍ସା ଅଧିକାରୀ, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର, କମ୍ୟୁନିଟି  ହେଲଥ୍ ସେଣ୍ଟର, ଚିକିତ୍ସାଳୟଗୁଡ଼ିକର ଚିକିତ୍ସାଧିକାରୀ ତଥା କର୍ମଚାରୀ ରାଜ୍ୟବୀମା ଯୋଜନା ଅଧୀନରେ ଥିବା  ଚିକିତ୍ସାଳୟମାନଙ୍କର ଚିକିତ୍ସା ଅଧିକାରୀମାନଙ୍କୁ ପ୍ରଚଣ୍ଡ ରୌଦ୍ରତାପଜନିତ ପରିସ୍ଥିତିର ସମ୍ଭାବ୍ୟ ମୁକାବିଲା ସହ ରୋଗୀମାନଙ୍କର ତତ୍ସମ୍ବନ୍ଧୀୟ ରୋଗର ଚିକିତ୍ସା ପାଇଁ ସତର୍କ ରହିବାକୁ ଅନୁରୋଧ କରାଯାଇଛି ବୋଲି ବିଭାଗ ସୂତ୍ରରୁ ପ୍ରକାଶା 

0
0
0
s2sdefault