ହେଡଲାଇନସ୍:

ଜଣାଥିଲା, ବିଧିବଦ୍ଧ ଘୋଷଣା ହେଲା : ପିପିଲିରେ ରିକୁ ବିଜେପି ପ୍ରାର୍ଥୀ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର : ବହୁ ଆଗରୁ ପିପିଲି ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ କିଏ ହେବେ ତାହା ସ୍ପଷ୍ଟ ଥିବା ବେଳେ ଦଳ ତରଫରୁ ଆଜି ସେ ସମ୍ପର୍କରେ ବିଧିବଦ୍ଧ ଘୋଷଣା କରିଛି | ଗତ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ଆଶ୍ରିତ ପଟ୍ଟନାୟକ (ରିକୁ)ଙ୍କୁ ଦଳ ପୁଣି ପ୍ରାର୍ଥୀ କରିଛି |  ଦଳର ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂ ପିପିଲି ନିର୍ବାଚନମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଆଶ୍ରିତଙ୍କୁ ଦଳୀୟ ପ୍ରାର୍ଥୀ କରାଯାଇଥିବା ବିଷୟ ଘୋଷଣା କରିଛନ୍ତି ।  ଗତ ସାଧାରଣ ନିର୍ବାଚନରେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ବିଜେଡ଼ିର ଟାଣୁଆ ନେତା ପ୍ରଦୀପ ମହାରଥୀଙ୍କ ସହ ପ୍ରତିଦ୍ବନ୍ଦ୍ବିତା କରି  ମାତ୍ର ୧୫ ହଜାର ୭୮୭ ଭୋଟ ବ୍ୟବଧାନରେ ପରାଜିତ ହୋଇଥିଲେ। 

 

0
0
0
s2sdefault