ଟିଟିଲାଗଡରେ ରେଲ୍‌ ଓଭରବ୍ରିଜର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ୧୦୪୨ ମିଟରର ROB  ପାଇଁ  ବିନିଯୋଗ ହୋଇଛି ୭୧.୫୯ କୋଟି ଟଙ୍କା

  • ଟିଟିଲାଗଡ ସହରର ସମନ୍ଵିତ ବିକାଶ ଆମର ଲକ୍ଷ୍ୟ - ମୁଖ୍ୟମନ୍ତ୍ରୀ

ଟିଟିଲାଗଡ଼ରୁ ଗୌରବ ଦର୍ଜୀ/ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି  ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଟିଟିଲାଗଡରେ ୧୦୪୨ ମିଟର ଦୀର୍ଘ ଏକ ରେଲୱେ ଓଭରବ୍ରିଜର ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ୭୧.୫୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି । 

ଏହି ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ  ଟିଟିଲାଗଡ ଏକ ଗୁରୁତ୍ବପୂର୍ଣ୍ଣ ରେଳ ଜଙ୍କସନ୍‌ । ଓଭରବ୍ରିଜ ନିର୍ମାଣ ହେବା ଦ୍ବାରା ଲୋକଙ୍କ ଗମନାଗମନରେ ଅନେକ ସୁବିଧା ଆସିବ। ଟିଟିଲାଗଡ ସହିତ ଭବାନୀପାଟଣା, କେସିଙ୍ଗା ଓ ନୂଆପଡା ଅଞ୍ଚଳର ଜନସାଧାରଣ ଉପକୃତ ହେବେ ।

 ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟିଟିଲାଗଡ ସହରର ବ୍ୟାପକ ଉନ୍ନତି ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ROB  ସହିତ ଟିଟିଲାଗଡରେ ଆଧୁନିକ ବସ୍‌ଷ୍ଟାଣ୍ଡ, ସୁଇମିଂ ପୁଲ୍‌, ମହାରାଜା ସାଗରର ପୁନରୁଦ୍ଧାର, ବର୍ଜ୍ୟ ଜଳ ବିଶୋଧନ ପ୍ଲାଣ୍ଟ ଏବଂ ଆହୁରି ଅନେକ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି । ଏହିସବୁ ଗୁଡିକ ଠିକ୍‌ ସମୟରେ ସଂପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ଭିତ୍ତିଭୂମି ବିକାଶର ଆଧାର ବୋଲି ମତପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଭିତ୍ତିଭୂମିର ବିକାଶ ଉପରେ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି । ଓଡିଶା ଆଜି ଭିତ୍ତିଭୂମି କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି । ରାଜ୍ୟରେ ସଡକ, ସେତୁ, ବନ୍ଦର ଆଦି ଭିତ୍ତିଭୂମିର ବିକାଶ ଯୋଗୁ ଯୋଗାଯୋଗ କ୍ଷେତ୍ରରେ ବହୁତ ଉନ୍ନତି ଆସିଛି । ଭିତ୍ତିଭୂମି ସମସ୍ତଙ୍କର ସଂପତ୍ତି ବୋଲି ପ୍ରକାଶ କରି, ସମସ୍ତେ ଏହାର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । କରୋନାର ଦ୍ବିତୀୟ ଲହରୀକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଜନସାଧାରଣ ସହଯୋଗ କରିବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ବିକାଶ ପାଇଁ ଗମନାଗମନ ବ୍ୟବସ୍ଥାର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ରାଜ୍ୟରେ ସଡକ ବିକାଶ କାର୍ଯ୍ୟକ୍ରମରେ ଅନେକ ଉନ୍ନତି ଆସିଛି ବୋଲି ସେ କହିଥିଲେ ।  ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଟିଟିଲାଗଡ ଜନସାଧାରଣଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ରେଲ ଓଭରବ୍ରିଜ ସହିତ ଟିଟିଲାଗଡ ପାଇଁ ଚାଲିଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ .

ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା ସିଂହଦେଓ କହିଥିଲେ ଯେ ଏହାଦ୍ବାରା ଟିଟିଲାଗଡ ଜନସାଧାରଣଙ୍କର ଏକ ଦୀର୍ଘ ଦିନର ସ୍ବପ୍ନ ପୂରଣ ହେଲା । ପଶ୍ଚିମ ଓଡିଶାରେ ହେଉଥିବା ବିକାଶ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଯେ ପଶ୍ଚିମ ଓଡିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କର soft corner ରହିଛି । ଏହାସହିତ ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିଥିବାରୁ ମଧ୍ୟ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ଆଜି ଟିଟିଲାଗଡର ସବୁ ଲୋକଙ୍କ ପାଇଁ ବହୁତ ଅନନ୍ଦର ଦିନ । ପଶ୍ଚିମ ଓଡିଶା ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡିଶାକୁ କେତେ ପ୍ରାଥମିକତା ଦେଉଛନ୍ତି, ଏଥିରୁ ଏହା ସହଜରେ ଅନୁମେୟ।

କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାର ବିକାଶ କାର୍ଯ୍ୟକ୍ରମ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା  ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ. ଶର୍ମା, ପୂର୍ତ୍ତ ବିଭାଗ ସଚିବ ଶ୍ରୀ କିଶନ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଟିଟିଲାଗଡ ସବ୍‌ କଲେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ।

ଟିଟିଲାଗଡ଼ ସହରର ଦୀର୍ଘ ଅର୍ଦ୍ଧ ଶତାଦ୍ଦୀ ଧରି ଚାତକ ପରି ଅନେକ ବସି ଥିବା ଟିଟିଲାଗଡ଼ ବାସୀ ଙ୍କ ସ୍ଵପ୍ନ ବାସ୍ତବିକ ରୂପ ନେଇଛି | ଏଥିପାଇଁ ଟିଟିଲାଗଡ଼ ବିଧାୟିକା ତଥା ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁଙ୍କ ଅହର ରହ ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ଟିଟିଲାଗଡ଼ ବାସୀଙ୍କ ସ୍ୱପ୍ନ ଏକ ପ୍ରକାର ସାକାର ହୋଇଛି। ଯାହାକୁ ନେଇ ଟିଟିଲାଗଡ଼ ବାସୀ ତଥା ଦଳ ଗତ ନିର୍ବି ଶେଷରେ ସମସ୍ତେ ଏହି କାମ କୁ ବେଶ ପ୍ରଶଂସା କରିଛନ୍ତି। ମନ୍ତ୍ରୀ ଟୁକୁନି ସାହୁ ଙ୍କ ପ୍ରଚେଷ୍ଟା ରେ ତଥା ରାଜ୍ୟ ସରକାର ଙ୍କ ଉଦ୍ୟମ ରେ ସମ୍ପୂର୍ଣ୍ଣ ହୋଇ ଥିବା ଏହି ଓଭର ବ୍ରିଜ କୁ ଯୁଦ୍ଧ କାଳୀନ ଭିତ୍ତି ରେ ଉଦଘାଟନ କରି ଥିବାରୁ ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ ମଧ୍ୟ ଭିନ୍ନ ଭିନ୍ନ ସମୟ ରେ ପ୍ରେସ ଇସ୍ତା ହାର ଦେଇ ଉନ୍ନୟନ କାର୍ଯ୍ୟ କୁ ପ୍ରଶଂସା କରିଛନ୍ତି।ଟିଟିଲାଗଡ଼ ପୁଲିସ ଷ୍ଟେସନ ଛକରେ ଉଦଘାଟନି ଉତ୍ସବ କୁ ସଫଳ କରିବା ପାଇଁ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଟିଟିଲାଗଡ଼ ପ୍ରଶାସନ ଦିନ ରାତି ଏକ କରି ସାଜସଜ୍ଜା କରିଥିଲେ।

 ଏହି ଟିଟିଲାଗଡ ଥାନା ଛକ ଠାରୁ ଆରମ୍ଭ ହୋଇ ଡିଏଭି କଲେଜ ଖେଳ ପଡିଆ ନିକଟରେ ଶେଷ ହୋଇଥିବା ଏହି ଓଭର ବ୍ରିଜଟି ଦୀର୍ଘ ଏକ କିଲୋମିଟର ଯାଏ ଲମ୍ବି ରହିଛି ।  ୭୧.୫୯ କୋଟି ମଧ୍ୟରେ ରାଜ୍ୟ ସରକାରଙ୍କ ଅଂଶ ୩୮.୪୩ କୋଟି ଏବଂ ଭାରତୀୟ ରେଳ ବିଭାଗର ୩୩.୧୬ କୋଟି ଅଂଶଧନ ଅନ୍ତର୍ଭୁକ୍ତ । 

0
0
0
s2sdefault