ହେଡଲାଇନସ୍:

କରୋନାକୁ ପରାସ୍ତ କଲେ ୯୦ ବର୍ଷୀୟା କୋଭିଡ ଆକ୍ରାନ୍ତ: ସମ କୋଭିଡ ହସ୍ପିଟାଲରୁ ହେଲେ ସୁସ୍ଥ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ହାରିବ କରୋନା, ଜିତିବ ମଣିଷ। ଏ  କଥାକୁ ପୁଣି ଥରେ ସାବ୍ୟସ୍ତ କରିଛନ୍ତି ୯୦ ବର୍ଷୀୟା ଜଣେ ବୃଦ୍ଧା | ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି କରୋନା ସଂକ୍ରମିତ ହୋଇଥିବା ବାଉରୀ ସାହୁ |

ଭୁବନେଶ୍ୱର ୟୁନିଟ ୨ ଅଂଚଳର ବାଉରୀ ଗତ ମେ ୩ ତାରିଖରେ କୋଭିଡ ଆକ୍ରାନ୍ତ ହେବା ପରେ ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ  | ତେବେ ଏହି ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଅନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କ ପ୍ରଚେଷ୍ଟା ଫଳରେ ସେ ରବିବାର ଆରୋଗ୍ୟ ଲାଭ କରିବା ସହ ଘରକୁ ଫେରିଛନ୍ତି | ବୃଦ୍ଧା ଜଣଙ୍କ ସୁସ୍ଥ ହେବା ନେଇ  ସମ କୋଭିଡ ହସ୍ପିଟାଲ କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ତାଙ୍କ ପୁଅ ବିଶି ସାହୁ |

ଗତ ୧୩ ତାରିଖରେ ଜଣେ ୯୮ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା ବିଶ୍ୱାଳ ମଧ୍ୟ  କରୋନା ରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ।

0
0
0
s2sdefault