ହେଡଲାଇନସ୍:

କିସର  ପ୍ରଥମ ଶ୍ରେଣୀ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଚଳିତ ଶିକ୍ଷା ବର୍ଷର ପାଠ୍ୟ ପୁସ୍ତକ ବଣ୍ଟନ। 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାତା ଡ଼.ଅଚ୍ୟୁତ ସାମନ୍ତଙ୍କୁ  ଆଦିବାସୀ ମାନେ ଜଣାଇଲେ କୃତଜ୍ଞତା 

ଟିଟିଲାଗଡ଼ ( ଗୌରବ ଦର୍ଜୀ)-ସମଗ୍ର ବିଶ୍ୱରେ କରୋନା ମହାମାରୀ ଜନିତ କଟକଣା ସମୟ ରେ ସମ୍ପୂର୍ଣ ନିଃଶୁଳ୍କ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା କୁ ସୁଦୃଢ କରିବା ପାଇଁ  କିସ କିଟ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା  ଡ଼ ଅଚ୍ୟୁତ ସାମନ୍ତ , କଳିଙ୍ଗ ଇନସ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ )ର ଛାତ୍ରଛାତ୍ରୀ ମାନଙ୍କ ଉଚ୍ଚ ଶିକ୍ଷା,ଗୁଣାତ୍ମକ ଶିକ୍ଷା,ଅନ ଲାଇନ ଶିକ୍ଷା ବ୍ୟବସ୍ଥା କୁ ଅନବରତ  ଜାରି ରଖିବା  କାର୍ଯ୍ୟକ୍ରମ ସାରା ବିଶ୍ୱରେ  ଉଦାହରଣ ସୃଷ୍ଟି କରିଛନ୍ତି l କରୋନା କଟକଣା ପରିସ୍ଥିତି ରେ   କିସ ଛାତ୍ରଛାତ୍ରୀ ମାନଙ୍କୁ ନିରବିଛିନ୍ନ ପୁରାପୁରି  ମାଗଣା  ଶିକ୍ଷା ଦାନ ପାଇଁ କିସ ତରଫରୁ ଅନ ଲାଇନ ଲାଇଭ କ୍ଲାସ  ଏବଂ କଳିଙ୍ଗ ଟିଭି ମାଧ୍ୟମରେ ଲାଇଭ କ୍ଲାସ ଶିକ୍ଷା ପ୍ରଦାନ କରାଯାଉଛି l ଦଶମ,ଦ୍ୱାଦଶ, +୩ ଏବଂ ପିଜି ଛାତ୍ରଛାତ୍ରୀ ମାନଙ୍କୁ ପ୍ରୋଜେକ୍ଟର ମାଧ୍ୟମରେ ଶିକ୍ଷା ପ୍ରଦାନ   ସହିତ କିସ କିଟ ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ନିର୍ଧେଶ କ୍ରମେ କିସ ର ଶିକ୍ଷକ ମାନେ ପ୍ରତିମାସ ଛାତ୍ରଛାତ୍ରୀ ମାନଙ୍କ ପାଠପଢା ଅନୁଧ୍ୟାନ କରିବାକୁ ପ୍ରତି ବ୍ଲକ କୁ  ଆସୁଛନ୍ତି l କିସ ଓ କିଟ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ଅବଦାନ ଫଳରେ ଦ୍ୱାଦଶ ପର୍ଯ୍ୟାୟ ତଥା ୨୦୨୧ ଚଳିତ ନୂତନ ଶିକ୍ଷା ବର୍ଷ ର ପ୍ରଥମ ପର୍ଯ୍ୟାୟ ରେ ପ୍ରଥମ ଶ୍ରେଣୀ ରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ ପାଠ୍ୟ ପୁସ୍ତକ, ଉପକରଣ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଆଦି ସମସ୍ତ ବ୍ଲକ ରେ ବଣ୍ଟନ କରାଯାଇଛି l ଆଜି ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ ବ୍ଲକ ରେ କିଟ ବିଶ୍ୱବିଦ୍ୟାଳୟ ର  ବସ ଯୋଗେ ସାମଗ୍ରୀ ପହଞ୍ଚିଥିଲା  l

ଆଜି ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କର୍ମକର୍ତ୍ତା ମାନେ ପାଠ୍ୟ ଉପକରଣ  ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଇତ୍ୟାଦି  ବଣ୍ଟନ କରିବାରେ ସହଯୋଗ କରିଥିଲେ l   ସୂଚନାଯୋଗ୍ୟ ଯେ କରୋନା ମହାମାରୀ ପାଇଁ ଲକ ଡାଉନ କଟକଣା ଯୋଗୁଁ ମାର୍ଚ୍ଚ ୨୦୨୧ ଦ୍ଵିତୀୟ ସପ୍ତାହ ରୁ  ଭାରତ ତଥା ଓଡିଶା ର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି l କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ରେ ଅଧ୍ୟୟନ ରତ ତିରିଶ ହଜlର ଆଦିବାସୀ ଛାତ୍ରଛାତ୍ରୀ ମଧ୍ୟ କରୋନା ଆତଙ୍କ ର ପ୍ରଭାବ ଯୋଗୁଁ ନିଜ ନିଜ ଗାଁ ରେ ରହୁଛନ୍ତି l କିସ ର ଛାତ୍ରଛାତ୍ରୀ ମାନଙ୍କ ସୁରକ୍ଷା ଚିନ୍ତା ସହିତ ପାଠପଢା ଅବ୍ୟାହତ ରଖିବା ପାଇଁ କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ସାମନ୍ତ ଛାତ୍ରଛାତ୍ରୀ ମାନଙ୍କୁ ପାଠ୍ୟ ପୁସ୍ତକ ସହିତ ପ୍ରଥମ ପର୍ଯ୍ୟାୟ ରେ ସାନିଟାଇଜର,ସୋୟାବିନ,ସୁଜି,ଚାଉଳ ,ଚୁଡା ,ବିସ୍କୁଟ ,ଚିନି ଶୁଖିଲା ଖାଦ୍ୟ ସାମଗ୍ରୀ ପ୍ରଦାନ କରି ଗରିବ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅନାବିଳ ସ୍ନେହ ମମତା ର ପରିଚୟ ସୃଷ୍ଟି କରିଛନ୍ତି l ସମ୍ପୂର୍ଣ ନିଃଶୁଳ୍କ ନିରନ୍ତର  ପାଠପଢା ଚାଲୁ ରଖିବା ପାଇଁ କଳିଙ୍ଗ ଟିଭି ମାଧ୍ୟମରେ ଶିକ୍ଷାଦାନ ,ଅନଲାଇନ ଶିକ୍ଷାଦାନ ବ୍ୟବସ୍ଥା ଜାରି ରଖି ଶିକ୍ଷା ଇତିହାସ ରେ ମାଇଲ ଖୁଣ୍ଟ ସୃଷ୍ଟି କରିଛନ୍ତି l କିସ କିଟ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ଗରିବ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ  ଯୁଗାନ୍ତକାରୀ ପ୍ରୟାସଏବଂ ଐତିହାସିକ କାର୍ଯ୍ୟ  କୁ ଆଦିବାସୀ ମାନେ କୃତଜ୍ଞତା ଜଣାଇଛନ୍ତି l  କିସ ତରଫରୁ ପ୍ରଦତ୍ତ ବିଭିନ୍ନ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ରେ  ଟିଟିଲାଗଡ଼ ବ୍ଲକ ସଭାପତି ପଦ୍ମନ ପ୍ରଧାନୀ,ହେମେନ୍ଦ୍ର ନାଥ ହଁସଦା,ନିତ୍ୟାନନ୍ଦ ମାଝି,ଘାସିରାମ ମାଝି,ଦେବସିଂ ମାଝି,ଥବିର ପୂଝlରୀ,ପ୍ରଫୁଲ୍ଲ ପ୍ରଧାନୀ,ସୁନୀଲ ମାଝୀ, ଇନ୍ଦ୍ରମଣି ମାଝୀ,ପ୍ରମୁଖ ସହଯୋଗ କରିଥିଲେ l

0
0
0
s2sdefault