ହେଡଲାଇନସ୍:

କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୂଆଦିଲ୍ଲୀ/ଭୁବନେଶ୍ୱର– କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁନିଭରସିଟି ଗ୍ରାଂଟ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି | କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଂଟ୍ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । ୟୁଜିସି ଅଧିନିୟମ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ୱବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ ।
"ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ ଏବଂ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ " ବୋଲି ବୋଲି ଟ୍ୱିଟ୍ କରି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଜାତୀୟ ଶିକ୍ଷା ନୀତି ଅନୁସାରେ କେନ୍ଦ୍ର ସରକାର ଉଚ୍ଚ ଶିକ୍ଷା ଦୃଶ୍ୟପଟ୍ଟରେ ପରିବର୍ତନ ଆଣିବା ପାଇଁ ପ୍ରତିଶ୍ରୁତି ବଦ୍ଧ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

0
0
0
s2sdefault