ହେଡଲାଇନସ୍:

ମନ୍ଦିର ନଗରୀ ଓ ଗୋଲାପୀ ସହର ମଧ୍ୟରେ ସିଧାସଳଖ ବିମାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ମନ୍ଦିର ନଗରୀ ଭୁବନେଶ୍ୱର ଓ ଗୋଲାପୀ ସହର ଜୟପୁର ମଧ୍ୟରେ ସିଧାସଳଖ ଇଣ୍ଡିଗୋର ବିମାନ ଚଳାଚଳ ଆସନ୍ତା ନଭେମ୍ବର ୨ ତାରିଖରୁ ଆରମ୍ଭ ହେବ | ଏଠି ପାଇଁ ଆବଶ୍ୟକ ଇନିସିଆଲ ଇନସେଣ୍ଟୀଭ ମଧ୍ୟ ଓଡିଶା ସରକାରଙ୍କ ପକ୍ଷରୁ ଏୟାରଲାଇନେ କର୍ତ୍ତୃପକ୍ଷଙ୍କୁ ପ୍ରଦାନ କରାଯାଇସାରିଛି ବୋଲି କେନ୍ଦ୍ର ଶିକ୍ଷା ଓ ଉଦ୍ୟମିତା ବିକାଶ ମନ୍ତ୍ରୀଙ୍କ ପତ୍ରର ଉତ୍ତରରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳମନ୍ତ୍ରୀ ଜ୍ୟୋତିରଦିତ୍ୟ ସିନ୍ଧିଆ ଉଲ୍ଲେଖ କରିଛନ୍ତି |
ସୂଚନା ଯୋଗ୍ୟ ଯେ ଏହି ବିମାନ ଚଳାଚଳ ପାଇଁ ଗତ ସେପ୍ଟେମ୍ବର ୧୭ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଏ ସମ୍ପର୍କରେ ପତ୍ର ଲେଖିଥିଲେ । ଏ ନେଇ ଉକ୍ତ ପତ୍ରର ପ୍ରତ୍ୟୁତରରେ ଶ୍ରୀ ସିନ୍ଧିଆ ଉଲ୍ଲେଖ କରିଛନ୍ତି ଯେ ବିମାନ ସଂସ୍ଥା ‘ଇଣ୍ଡିଗୋ’ ପକ୍ଷରୁ ଆସନ୍ତା ନଭେମ୍ବର ୨ ତାରିଖରୁ ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ । ସପ୍ତାହରେ ୩ ଥର ଏହି ବିମାନ ଚଳାଚଳ କରିବ । ଏହି ବିମାନ ସେବା ଆରମ୍ଭ ହେବା ଦ୍ୱାରା ମନ୍ଦିରମାଳିନୀ ଭୁବନେଶ୍ୱର ଏବଂ ଗୋଲାପି ସହରଜୟପୁର ମଧ୍ୟରେ ବିମାନ ସେବାର ଯାତ୍ରୀଙ୍କୁ ସୁବିଧା ପ୍ରଦାନ କରିବ । ଏହାସହ ଉଭୟ ରାଜ୍ୟର ଅର୍ଥନୀତିକୁ ମଧ୍ୟ ମଜବୁତ୍ କରିବାରେ ସହାୟକ ହେବ ବୋଲି ଶ୍ରୀ ସିନ୍ଧିଆ ପତ୍ରରେ ଉଲ୍ଲେଖ କରିଛନ୍ତି ।
ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିପ୍ରା ଫାଉଣ୍ଡେସନର ଜାତୀୟ ଆବାହକ ଜନୈକ ଓ.ପି ମିଶ୍ରଙ୍କ ପତ୍ର ଆଧାରରେ ଗତ ସେପ୍ଟେମ୍ବର ୧୭ରେ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆଙ୍କୁ ପତ୍ର ଲେଖି ଭୁବନେଶ୍ୱରରୁ ସିଧାସଳଖ ଜୟପୁରକୁ ବିମାନ ସେବା ଆରମ୍ଭ କରିବା ପାଇଁ ଅନୁରୋଧ କରିଥିଲେ । ଉଭୟ ରାଜ୍ୟରେ ଅନେକ ମନ୍ଦିର ଓ ପର୍ଯ୍ୟଟନ ସ୍ଥାନ ଥିବା ବେଳେ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକମାନଙ୍କ ବୃହତ ସ୍ୱାର୍ଥ ଦୃଷ୍ଟିରେ ପଦକ୍ଷେପ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ । ଏହି ଅନୁମତି ପ୍ରଦାନ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

0
0
0
s2sdefault