ସହିଦ ରାଣାପ୍ରତାପଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର (ଶାସକ ପ୍ରଶାସକ) : କୁନୁର ହେଲିକପ୍ଟର ଦୁର୍ଘଟଣା ରେ ଶହୀଦ ହୋଇଥିବା ଓଡ଼ିଆ ଯୁବକ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱର ରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟ୍ଟନାୟକ ଭୁବନେଶ୍ୱର ବିମାନ ବନ୍ଦର କୁ ଯାଇ ଶହୀଦ ରାଣାପ୍ରତାପ ଦାସଙ୍କ ମରଶରୀର ରେ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶହୀଦ ରାଣାପ୍ରତାପ ଦାସଙ୍କ ଉତ୍ସର୍ଗୀକୃତ ସେବା ଓ ଦେଶଭକ୍ତି ର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

0
0
0
s2sdefault