ହେଡଲାଇନସ୍:

ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ସରକାର ଏବଂ ସମାଜ ମଧ୍ୟରେ ସେତୁ ସଦୃଶ କାର୍ଯ୍ୟ କରୁଛନ୍ତି : ସୁଜାତା ଆର୍ କାର୍ତ୍ତିକେୟନ୍

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ମହତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କ ଦକ୍ଷତା ବିକାଶ କର୍ମଶାଳା ଉଦ୍ଯାପିତ

ଭୁବନେଶ୍ୱର: ମିଶନ ଶକ୍ତି ମହିଳାମାନଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଛିା ମିଶନ ଶକ୍ତି ଅଧୀନରେ କାର୍ଯ୍ୟ କରୁଥିବା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ସରକାର ଏବଂ ସମାଜ ମଧ୍ୟରେ ସେତୁ ସଦୃଶ କାର୍ଯ୍ୟ କରୁଛନ୍ତି ବୋଲି ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ଶ୍ରୀମତୀ ସୁଜାତା ଆର୍ କାର୍ତ୍ତିକେୟନ ପ୍ରକାଶ କରିଛନ୍ତିା ଆଜି ଓ୍ୱାର୍ଲï ସ୍କିଲ ସେଣ୍ଟରରେ ଆୟୋଜିତ ମହତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କ ଦକ୍ଷତା ବିକାଶ କର୍ମଶାଳାର ଉଦଯାପନୀ ଦିବସରେ ଯୋଗଦେଇ ଶ୍ରୀମତୀ କାର୍ତ୍ତିକେୟନ ରାଜ୍ୟରେ ମିଶନ ଶକ୍ତିର ସଫଳତା ଏବଂ ଆହ୍ୱାନ ସଂପର୍କରେ ଅଧିକାରୀମାନଙ୍କୁ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତିା
ଶ୍ରୀମତୀ କାର୍ତ୍ତିକେୟନ କହିଛନ୍ତି ଯେ ଓଡିଶା ସରକାରଙ୍କ ପ୍ରମୁଖ ବିକାଶମୂଳକ ପଦକ୍ଷେପ ମଧ୍ୟରୁ ମହିଳା ସଶକ୍ତିକରଣ ଅନ୍ୟତମା ମହିଳାମାନଙ୍କର ଆର୍ଥିକ ସଶକ୍ତିକରଣ ସେମାନଙ୍କର ସାମାଜିକ ସଶକ୍ତିକରଣରେ ଯଥେଷ୍ଟ ସହାୟକ ହୋଇଥାଏା ବିଶେଷ କରି ତୃଣମୂଳସ୍ତରର ମହିଳାମାନେ ନିଷ୍ପତ୍ତି ଗ୍ରହଣରେ ଭାଗନେବା ଆବଶ୍ୟକା ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କ ନେତୃତ୍ୱ ବିକାଶ ହୋଇପାରିଛିା କୋଭିଡ୍ ସମୟରେ ରାଜ୍ୟର ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନେ ସୂଚାରୁ ରୂପେ ଦାୟିତ୍ୱ ନିର୍ବାହ କରି ଏହାକୁ ପ୍ରମାଣିତ କରିଛନ୍ତିା ରାଜ୍ୟ ସରକାର ପାଞ୍ଚ ବର୍ଷ ନିମନ୍ତେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ବ୍ୟବସାୟ ପାଇଁ ୫ ହଜାର କୋଟି ଟଙ୍କାର ପା=ି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତିା ସେହିପରି ଆଗାମୀ ଦିନରେ ପ୍ରତ୍ୟେକ ବ୍ଲକ ଓ ଜିଲ୍ଲା ସ୍ତରରେ ୫୦୦ ମିଶନ ଶକ୍ତି ବଜାର/ ଆଉଟଲେଟ ଆରମ୍ଭ କରାଯିବା ନିମନ୍ତେ ଯୋଜନା କରାଯାଇଛିା ଏତଦ୍ବ୍ୟତୀତ ପ୍ରତ୍ୟେକ ବ୍ଲକରେ ମିଶନ ଶକ୍ତି କାଫେ ସ୍ଥାପନ କରିବାର ଲକ୍ଷ୍ୟ ରଖାଯାଇଛିା ଏହି କାଫେରେ କାର୍ଯ୍ୟରତ ମହିଳାମାନେ ଇଣ୍ଡିଆନ ଇନଷ୍ଟିଟ୍ୟìଟ ଅଫ୍ ହୋଟେଲ ମେନେଜମେଣ୍ଟରେ ତାଲିମ ପାଇଛନ୍ତିା ନୂତନ ଓଡିଶା ଗଠନରେ ସ୍ୱୟଂ ସହାୟକ ଗୋଷ୍ଠୀ ସହଯୋଗୀ ଭାବେ ରାଜ୍ୟର ବିକାଶରେ ନେତୃତ୍ୱ ନେବ ବୋଲି ଶ୍ରୀମତୀ କାର୍ତ୍ତିକେୟନ ପ୍ରକାଶ କରିଛନ୍ତିା
ଏହି କର୍ମଶାଳାରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢୀ ଖାଦ୍ୟର ବିବିଧତା ଏବଂ ଖାଦ୍ୟ ଅପଚୟ ହ ୍ରାସ ଉପରେ ଗ୍ରାହକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଆହ୍ୱାନ କରିଛନ୍ତିା ସେ କହିଛନ୍ତି ଯେ ସ୍ୱାସ୍ଥ୍ୟକର, ନିରାପଦ ଏବଂ ପୁଷ୍ଟିକର ଖାଦ୍ୟ ପ୍ରତି ଗ୍ରାହକଙ୍କ ଆଗ୍ରହ ବଢାଇବା ନିମନ୍ତେ ସଚେତନତା ଅଭିଯାନର ଆବଶ୍ୟକତା ରହିଛିା ମହିଳାମାନଙ୍କ ପାଇଁ କୃଷିଭିତ୍ତିକ ପ୍ରଯୁକ୍ତିବିଦ୍ୟା ବିକାଶ କରିବା ଜରୁରୀ ଅଟୋ ଚାଷ ଜମି ଉପରେ ମହିଳାଙ୍କ ଅଧିକାର ରହିବା ସହ ନିଷ୍ପତ୍ତି ନେବାର କ୍ଷମତା ମଧ୍ୟ ସେମାନଙ୍କର ହାତରେ ରହିବା ଦରକାରା ଏହା ଦ୍ୱାରା କୃଷି କ୍ଷେତ୍ରରେ ମଧ୍ୟ ମହିଳା ସଶକ୍ତିକରଣ ହୋଇପାରିବା ଅକ୍ଷୟ ଶକ୍ତିର ବ୍ୟବହାର, ଡିଜିଟାଲ ମାଧ୍ୟମରେ କୃଷି ସୂଚନା ଏବଂ ସେବାର ସମୟାନୁବର୍ତ୍ତୀ ବିତରଣ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତିା
ଏହି ଅବସରରେ ସିଟିଟିସି, ସିପେଟ୍, ଓର୍ମାସ୍, ଅରେଞ୍ଜ କ୍ରସ୍ ଏବଂ ଟାଟା ଷ୍ଟ୍ରାଇଭ ସଂସ୍ଥାର ପ୍ରତିନିଧିମାନେ ପ୍ରଦାନ କରୁଥିବା ଦକ୍ଷତା ବିକାଶ ତାଲିମ ସଂପର୍କରେ ସୂଚନା ପ୍ରଦାନ କରିଥିଲୋ ଶେଷରେ ଏହି ୨୯ ଜଣ ଅଧିକାରୀ ୪ ଗୋଟି ଦଳରେ ବିଭକ୍ତ ହୋଇ ଆଗାମୀ ବର୍ଷ ନିମନ୍ତେ ଏକ ଯୋଜନା ପ୍ରସ୍ତୁତ କରି ଉପସ୍ଥାପନ କରିଥିଲୋ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ସିଇଓ ଶ୍ରୀ ରେଘୁ ଜି ଧନ୍ୟବାଦ ଅର୍ପଣ କରିଥିଲୋ ଅନ୍ୟମାନଙ୍କ ମଧ୍ୟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ, ନିୟୋଜନ ନିର୍ଦ୍ଦେଶାଳୟର ଅଧିକାରୀ ଏବଂ ବିଭିନ୍ନ ଜିଲ୍ଲା ନିୟୋଜନ ଅଧିକାରୀମାନେ ଉପସ୍ଥିତ ଥିଲୋ

 

0
0
0
s2sdefault