ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନ ଦିବସ ପାଳନ :

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର (ଶାସକ ପ୍ରଶାସକ ) : ପୂର୍ବ ତଟ ରେଳପଥ ଦ୍ୱାରା ଆଜି ରେଳପଥ ମୁଖ୍ୟାଳୟ ରେଳ ସଦନ ଠାରେ ସମ୍ବିଧାନ ଦିବସ ପାଳନ କରାଯାଇଥିଲା I ରେଳପଥର ଅତିରିକ୍ତ ମହାପ୍ରବନ୍ଧକଙ୍କ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ, ବରିଷ୍ଠ ଅଧିକାରୀ, କର୍ମଚାରୀମାନେ ଭାରତୀୟ ସମ୍ବିଧାନର ପ୍ରାକ କଥନ (ପ୍ରିୟାମ୍ବୁଲ) ପ୍ରିମ୍ବଲ୍ ପଢୀ ଥିଲେ I
ଏହା ବ୍ୟତୀତ ପୂର୍ବତଟ ରେଳପଥର ସମସ୍ତ ତିନୋଟି ରେଳ ମଣ୍ଡଳ ଯଥା ଖୋର୍ଦ୍ଧା ରୋଡ୍, ୱାଲଟିୟର ଓ ସମ୍ବଲପୁର ଠାରେ ମଧ୍ୟ ସମ୍ବିଧାନ ଦିବସ ପାଳନ କରାଯାଇଥିଲା |
 ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ବିଭିନ୍ନ ରେଳ ଷ୍ଟେସନରେ ମଧ୍ୟ ଏହି ଦିବସ ପାଳନ କରାଯାଇଥିଲା | ଦୂର ଉପାନ୍ତ ସ୍ଥାନ ମାନଙ୍କରେ ଥିବା ରେଳବାଇ ଏବଂ ଅଧିକାରୀମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ସ୍ଥାନରେ ଭାରତୀୟ ସମ୍ବିଧାନର ପ୍ରାକ କଥନ ପଠନ କରିଥିଲେ I

0
0
0
s2sdefault