ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ ହୋଇଯାଇଅଛି | ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ରୂପ ନାରାୟଣ ସୁନକରଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ କର୍ମଚାରୀମାନେ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଫଟ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ | ସମାରୋହରେ ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀମାନେ, ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ | ରେଳପଥର ମୁଖ୍ୟ କାର୍ମିକ ଅଧିକାରୀ (ପ୍ରଶାସନ) ଶ୍ରୀ ଏଲଭିଏସଏସ ପାତୃଡୁ ଏହି କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ | ମହାପରିନିର୍ବାଣ ଦିବସ ମଧ୍ୟ ପୂର୍ବତଟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ୱାଲଟିୟର, ସମ୍ବଲପୁର ଓ ଖୋର୍ଦ୍ଧା ରୋଡ ରେଳମଣ୍ଡଳ ମାନଙ୍କ ସହିତ ଅନ୍ୟାନ ରେଳବାଇ କାର୍ଯ୍ୟIଳୟ ଓ ଷ୍ଟେସନ ମାନଙ୍କ ଠାରେ ପାଳିତ ହୋଇଯାଇଅଛି |

0
0
0
s2sdefault