ହେଡଲାଇନସ୍:

ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଜାତୀୟ ମତଦାତା ଦିବସ ପଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, (ଶାସକ ପ୍ରଶାସକ) : ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ବିଭାଗୀୟ ସମସ୍ତ ଅଧିକାରୀ ଓ କର୍ମଚାରୀ ପୂର୍ବାହ୍ନ ୧୧ଟା ସମୟରେ ଏହି ଦିବସର ଶପଥ ପାଠ କରିଥିଲେ ।
ଗଣତାନ୍ତ୍ରିକ ରାଷ୍ଟ୍ରର ମୁକ୍ତ ଓ ଅବାଧ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନ ମାଧ୍ୟମରେ ଗଣତାନ୍ତ୍ରିକ ପରମ୍ପରା ଓ ମର୍ଯ୍ୟାଦା ଅକ୍ଷୁଣ୍ଣ ରହିଥାଏ । ଜାତି, ଧର୍ମ, ବର୍ଣ୍ଣ, ଗୋଷ୍ଠୀ ଓ ଭାଷା ନିର୍ବିଶେଷରେ କୌଣସି ପ୍ରଲୋଭନରେ ପ୍ରଭାବିତ ନହୋଇ ପ୍ରତ୍ୟେକ ନିର୍ବାଚନରେ ନିଜର ମତାଧିକାର ସାବ୍ୟସ୍ତ କରିବା ନେଇ ଅଧିକାରୀ ଓ କର୍ମଚାରୀମାନେ ସଂକଳ୍ପ ପାଠ କରିଥିଲେ ।
ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଉପସ୍ଥିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ । ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା , ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର ସିଂହ ଓ ଶ୍ରୀ ବିଶ୍ୱଜିତ ଦାଶ, ଯୁଗ୍ମ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀ ପ୍ରମୁଖ ଏହି ଅବସରରେ ଉପସ୍ଥିତ ରହି ଶପଥପାଠ କରିଥିଲେ ।

0
0
0
s2sdefault