ହେଡଲାଇନସ୍:

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କର ନବରଙ୍ଗପୁର ଜିଲ୍ଲା ନିର୍ବାଚନ ପ୍ରସ୍ତୁତି ସମୀକ୍ଷା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର,୨୩/୦୩/୨୦୨୪: ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଆଜି ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତିା ସେ ଅତିରିକ୍ତ ପୋଲିସ ଡିଜି ତଥା ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ଶ୍ରୀ ସଂଜୟ କୁମାରଙ୍କ ସହ ମିଶି ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ବିଷୟରେ ସମୀକ୍ଷା କରିଥିଲୋ ଏହି ସମୀକ୍ଷାରେ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଶ୍ରୀ ଚରଣ ସିଂ ମୀନା ମଧ୍ୟ ଯୋଗଦେଇ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଥିଲୋ ଏହି ଅବସରରେ ନବରଂଗପୁର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଡକ୍ଟର କମଳ ଲୋଚନ ମିଶ୍ର ପିପିଟି- ପ୍ରେଜେଣ୍ଟେସନ୍ ମାଧ୍ଯମରେ ମୁଖ୍ଯ ନିର୍ବାଚନ ଅଧିକାରୀଂକ ନିକଟରେ ଜିଲ୍ଲା ସ୍ତରୀୟ ନିର୍ବାଚନ ପ୍ରସ୍ତୁତିର ସମସ୍ତ ବୀବରଣୀ ରଖିଥିଲେ ।
ଆଗାମୀ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ଆଖି ଆଗରେ ରଖି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ସମୀକ୍ଷା କରିଛନ୍ତିା ସମୀକ୍ଷା ବୈଠକରେ ସେ ନବରଙ୍ଗପୁର ଜିଲ୍ଲାର ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀଙ୍କ ସହ ସବିଶେଷ ଆଲୋଚନା କରିଥିଲୋ ଏଥିରେ ନିର୍ବାଚନ ପରିଚାଳନାର ବିଭିନ୍ନ ଦିଗ ଯଥା-ଆଇନଶୃଙ୍ଖଳା ପରିସ୍ଥିତି, ମତଦାନ ହାର ବୃଦ୍ଧି, ମତଦାନ କେନ୍ଦ୍ର, ମତଦାତାଙ୍କ ସୁବିଧା, ରାଜନୈତିକ ଦଳମାନଙ୍କ ମତାମତ ଓ ପ୍ରସ୍ତାବ, ଭାରତ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି ବିଭିନ୍ନ ଆପ୍ଲିକେସନ୍ର ବ୍ୟବହାର ଆଦି ବିଷୟରେ ଆଲୋଚନା କରିଥିଲୋ ଏହା ସହ ସେ ସମସ୍ତ ବିଭାଗର ଅଧିକାରୀମାନଙ୍କ ସହ ନିର୍ବାଚନ ପରିଚାଳନା ପାଇଁ ନିଆଯାଉଥିବା ପଦକ୍ଷେପଗୁଡ଼ିକ ବିଷୟରେ ପଚାରି ବୁଝିଥିଲୋ ଜଙ୍ଗଲ, ପରିବହନ, ପୋଲିସ, ଅବକାରୀ, ରାଜ୍ୟ ଜିଏସ୍ଟି ବିଭାଗ ପରସ୍ପର ମଧ୍ୟରେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ସଂପୃକ୍ତ ବିଭାଗର ଅଧିକାରୀମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ନିର୍ଦ୍ଦେଶ ଦେଇଥିଲୋ ଜିଲ୍ଲାର ନକ୍ସଲ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ଯେପରି ଶାନ୍ତି, ଶୃଙ୍ଖଳାର ସହ ମତଦାନ ହୋଇପାରିବ ଏବଂ ମତଗଣନା ପର୍ଯ୍ୟନ୍ତ ପରିସ୍ଥିତି ନିୟନ୍ତ୍ରଣରେ ରହିବ ସେଥି ପାଇଁ ଏଡିଜି ଶ୍ରୀ ସଂଜୟ କୁମାର ଏବଂ ଡିଆଇଜି ଶ୍ରୀ ମୀନା ଏବଂ ନବରଙ୍ଗପୁର ଏସ୍ପି ଶ୍ରୀ ରୋହିତ ବର୍ମାଙ୍କ ସହ ଆଲୋଚନା କରିଥିଲୋ
ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଜିଲ୍ଲାର ଇଭିଏମ୍ ଓ ଭିଭିପ୍ୟାଟ୍ୟା ୱେରହାଉସକୁ  ଯାଇ ସେଠାକାର ସୁରକ୍ଷା ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାଗୁଡ଼ିକର ସମୀକ୍ଷା କରିଥିଲୋ ଗଣମାଧ୍ୟମର ପ୍ରତିନିଧିମାନଙ୍କ ସହ ଆଲୋଚନା କରି ସେ ମୁକ୍ତ, ଅବାଧ, ନିରପେକ୍ଷ ଓ ସମସ୍ତଙ୍କ ପାଇଁ ଅଂଶଗ୍ରହଣକାରୀ ନିର୍ବାଚନ ନିମନ୍ତେ ଜିଲ୍ଲା ପ୍ରଶାସନ ସମସ୍ତ ବ୍ୟବସ୍ଥା କରିଛନ୍ତି ଏବଂ ରାଜ୍ୟ ନିର୍ବାଚନ ଅଧିକାରୀ ଏସବୁର ତଦାରଖ କରୁଛନ୍ତି ବୋଲି ଶ୍ରୀ ଧଳ ମତଦେଇଥିଲୋ ମତଦାନ ନେଇ ଏକ ସାମାଜିକ ସଚେତନତା ସୃଷ୍ଟି ସହ ମତଦାନକୁ ଶାନ୍ତି-ଶୃଙ୍ଖଳାର ସହ ସଂପାଦନ ନିମନ୍ତେ ଶ୍ରୀ ଧଳ ଗଣମାଧ୍ୟମର ସହଯୋଗ କାମନା କରିଥିଲୋ
ନବରଙ୍ଗପୁର ଜିଲ୍ଲା ଗସ୍ତ ପୂର୍ବରୁ ଶ୍ରୀ ଧଳ କୋରାପୁଟ ଜିଲ୍ଲାର ଜୟପୁରଠାରେ ଥିବା ବିକ୍ରମ ଦେବ ବିଶ୍ୱବିଦ୍ୟାଳୟଠାରେ ଥିବା ମତଗଣନା କେନ୍ଦ୍ର ପରିଦର୍ଶନ ସହ ସେଠାରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାର କାର୍ଯ୍ୟ ନେଇ ସନ୍ତୋଷ ବ୍ୟକ୍ତ କରିଥିଲୋ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏନ୍. ତିରୁମାଲା ନାୟକ ରାୟଗଡ଼ା ଜିଲ୍ଲାରେ ଏବଂ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଶତ୍ରୁଘ୍ନ କର ମାଲକାନଗିରି ଜିଲ୍ଲରେ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ ସମୀକ୍ଷା କରିଥିଲୋ
ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଏବଂ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ଶ୍ରୀ ସଂଜୟ କୁମାର କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲରେ ଚାଲିଥିବା ନିର୍ବାଚନ ପ୍ରସ୍ତୁତି ନେଇ ସନ୍ତୋଷ ପ୍ରକଟ କରିଛନ୍ତିା ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତିା

0
0
0
s2sdefault