ହେଡଲାଇନସ୍:

ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ |

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର :ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଅଛି | ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶ୍ରୀ ମହେଶ କୁମାର ବେହେରାଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ କର୍ମଚାରୀମାନେ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଫଟ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ |

ଏହି କାର୍ଯ୍ୟକ୍ରମରେ ପ୍ରମୁଖ କାର୍ମିକ ଅଧିକାରୀ ଶ୍ରୀ ସିଦ୍ଧାର୍ଥ କାଟି ସଂଯୋଜନା କରିଥିଲେ | ଆମ୍ବେଦକର ଜୟନ୍ତୀ ମଧ୍ୟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ଖୋର୍ଦ୍ଧା ରୋଡ଼, ସମ୍ବଲପୁର ଓ ୱାଲଟିୟର ଠାରେ ମଣ୍ଡଳ ରେଳବାଇ ପ୍ରବନ୍ଧକଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀମାନେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ |

0
0
0
s2sdefault