ହେଡଲାଇନସ୍:

ଜିଲ୍ଲା ସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୩ ତମ ଜୟନ୍ତୀ ଉତ୍ସବ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା , ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର , ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ବାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣଦେବଙ୍କ ୧୩୩ ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି।
ଏହି ମାଲ୍ୟାର୍ପଣ ଉତ୍ସବରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ୍ କୁମାର , ଗଜପତି ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ଏସ୍ ଆନନ୍ଦ , ମୁଖ୍ୟ ଉନ୍ନୟନ ଅଧିକାରୀ ଗଜପତି ଜିଲ୍ଲା ପରିଷଦ ଡ଼ଃ ଗୁଣନିଧି ନାୟକ , ଛେଳିଗଡ଼ ଜଳ ସେଚନ ପ୍ରକଳ୍ପ ଅଧିକାରୀ ଶ୍ରୀ ରବୀନ୍ଦ୍ର କହଁର ଓ ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ସମେତ ସହରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କ ଦ୍ଵାରା ବଜାର ଛକ ସ୍ଥିତ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।
ଏଥି ସମେତ ମହାରାଜାଙ୍କ ସ୍ମୃତି ସୌଧ-ପୀଠରେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ଓ ଗାନ୍ଧୀ ଛକ ସ୍ଥିତ ମହାରାଜା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି।
ଏହି ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ , ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଗଣ ପ୍ରମୁଖ ଉପସ୍ଥିତ ଥିଲେ।
ସେହିପରି ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ନବ ଉତ୍କଳର ନିର୍ମାତା ମହାରାଜା ଶ୍ରୀ ଶ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କର ୧୩୩ତମ ଜୟନ୍ତୀ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଏହି ଅବସରରେ ମହାରାଜାଙ୍କ ସମାଧି ପୀଠ , ବଜାର ଛକ ଓ ଗାନ୍ଧି ଛକ ସ୍ଥିତ ପାରଳା ମହାରାଜାଙ୍କ ପ୍ରତିମୂର୍ତ୍ତି ନିକଟରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହା ପରେ ବିଦ୍ୟାଳୟରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ ସଭାରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡା ଓଡ଼ିଶା ଗଠନରେ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ଭୂମିକା ସମ୍ବନ୍ଧରେ ଆଲୋକପାତ କରିଥିଲେ।
ଏହି କାର୍ଯ୍ୟକ୍ରମଟି ବିଦ୍ୟାଳୟର ସମସ୍ତ ଗୁରୁଜୀ ଗରୁମାଙ୍କ ସହଯୋଗରେ ସଫଳ ହୋଇଥିଲା।

0
0
0
s2sdefault