ହେଡଲାଇନସ୍:

ମଧୁବାବୁଙ୍କ ଜନ୍ମପୀଠରେ କାର୍ତ୍ତିକ ପାଣ୍ଡିଆନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଶ୍ରଦ୍ଧାଞ୍ଜଳି ଦେଲେ, ସଂଗ୍ରହଳୟ ପରିଦର୍ଶନ କଲେ

ଭୁବନେଶ୍ୱର 28/4/24 : ଉତ୍କଗୌରବ ମଧୁସୂଦନ ଦାସ ଙ୍କ ଜନ୍ମ ଦିବସ ଅବସରରେ 5T ଅଧକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଅପରାହ୍ନରେ ମଧୁବାବୁଙ୍କ ଜନ୍ମପୀଠ କଟକ ଜିଲ୍ଲାର ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ | ଏହାପରେ ସେ ମଧୁବାବୁଙ୍କ ଜନ୍ମପୀଠରେ କରାଯାଇଥିବା
ସଂଗ୍ରହାଳୟ ପରିଦର୍ଶନ କରିଥିଲେ ଏବଂ ଗ୍ରାମବାସୀଙ୍କ ସହ ମଧୁବାବୁଙ୍କ ମହାନତା ବିଷୟରେ ଆଲୋଚନା କରିଥିଲେ | ମଧୁବାବୁଙ୍କ ଜନ୍ମପୀଠର ବିକାଶ କାମ ଏବଂ ସତ୍ୟଭାମାପୁର ଯୁବସମାଜ ପାଇଁ ଏକ ପ୍ରେରଣା ସ୍ଥଳ ପାଲଟିଥିବାରୁ ସେମାନେ ଶ୍ରୀ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଥିଲେ |

ଉଲ୍ଲେଖଯୋଗ୍ୟ ଯେ 5T ଅଧ୍ୟକ୍ଷ ଗତ ବର୍ଷ ସତ୍ୟଭାମାପୁର ଯାଇଥିଲେ ଏବଂ ପରେ ମୁଖ୍ୟମନ୍ତ୍ରୀ 5T ଉପକ୍ରମରେ 23 କୋଟି ଟଙ୍କାର ବ୍ୟୟ ଅଟକଳରେ ମଧୁ ବାବୁ ଜନ୍ମପୀଠ ଓ ସଂଗ୍ରହାଳୟର ବିକାଶ ପ୍ରକଳ୍ପ ମଂଜୁର କରିଥିଲେ | ଓଡ଼ିଆ ଜାତିର ଏହି ମହାନ ଐତିହ ପୀଠ ଆଜି ସମଗ୍ର ଓଡିଶାର ଗୌରବ ପାଲଟିଛି |

0
0
0
s2sdefault