ହେଡଲାଇନସ୍:

ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ପଦ୍ମପୁର/ ନୀଳ ଦୀପ: ବରଗଡ଼ ଜିଲ୍ଲା ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସଭାଗୃହରେ ପଦ୍ମପୁର ବିଧାୟକ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ବରଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ତପିରାମ ମାଝୀ, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଦୌଲତ ଚନ୍ଦ୍ରାକର, ରାଜବୋଡାସମ୍ବର ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ କୁମରମଣି ନାୟକ ଯୋଗଦାନ କରି ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ବ୍ଲକ,ତହସିଲ ତଥା ବିଭିନ୍ନ ବିଭାଗ ଦ୍ବାରା କାର୍ଯକାରୀ ହେଉଥିବା ସରକାରଙ୍କର ବିଭିନ୍ନ ଯୋଜନା ଗୁଡିକର ସଫଳ ରୂପାୟନ ଉପରେ ବିସ୍ତୃତ ଭାବରେ ସମୀକ୍ଷା କରିବା ସହିତ ଯୋଜନା ଗୁଡିକ ଧାର୍ଯ୍ୟ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରିବା ପାଇଁ ପରାମର୍ଶ ଦେଇଥିଲେ । ବିଭିନ୍ନ ଯୋଜନା ସଂପୂର୍ଣ୍ଣିକରଣ ପାଇଁ ରହିଥିବା ସମସ୍ୟା ଉପରେ ମଧ୍ୟ ଆଲୋଚନା କରାଯାଇ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷାକରି ସେଗୁଡିକୁ ସଂପୂର୍ଣ୍ଣ କରିବା ପାଇଁ ସହମତି ପ୍ରକାଶ ପାଇଥିଲା।ନିର୍ବାଚନ ମଣ୍ଡଳୀ ମଧ୍ୟରେ କାର୍ଯ୍ୟକାରୀ ହେଉଥିବା ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ,ପୂର୍ତ୍ତ, ଗ୍ରାମ ଉନ୍ନୟନ, ପାଣି ପଞ୍ଚାୟତ, ଗ୍ରାମ ବିଦ୍ଯୁତି କରଣ,କ୍ଷୁଦ୍ର ଜଳସେଚନ, ଉଠା ଜଳସେଚନ, ଶିକ୍ଷା, ସ୍ୱାସ୍ଥ୍ୟ, ସାମାଜିକ ସୁରକ୍ଷା, କଲ୍ୟାଣ ବିଭାଗ, ଯୋଗାଣ ତଥା ବ୍ଲକ ସ୍ତରରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଉପରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା । ଉକ୍ତ ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ, ବିଭିନ୍ନ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ତଥା ଉପଖଣ୍ଡ ସ୍ତରୀୟ ଅଧିକାରୀମାନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।ସଭା ଶେଷରେ ପଦ୍ମପୁର ଉପଜିଲ୍ଲାପାଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

 

 

0
0
0
s2sdefault