ହେଡଲାଇନସ୍:

ଶତ୍ରୁତା ପାଲଟିଲା ରକ୍ତାକ୍ତ ସଂଘର୍ଷ : ୫ ଆହତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

Bolangir / niroj mishra :ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ମହିମୁଣ୍ଡା ଗାଁର ଦୁଇ ପରିବାର ଭିତରେ ଦୀର୍ଘ ଦିନରୁ ଲାଗି ରହିଥିବା ଶତ୍ରୁତା ଗତକାଲି ସଂଘର୍ଷରେ ପରିଣତ ହୋଇଥିଲା। ଏଥିରେ ଉଭୟ ପକ୍ଷର ୫ ଜଣ ଆହତ ହୋଇଛନ୍ତି।ଗତକାଲି ବିଳମ୍ବିତ ରାତିରେ ସାମାନ୍ୟ ବଚସାରୁ ମୁକ୍ତେଶ୍ୱର ଗଡ଼ତିଆ ଓ ସମାରୁ ପଧାନଙ୍କ ପରିବାର ସଦସ୍ୟଙ୍କ ମଧ୍ୟରେ ମାର୍‌ପିଟ୍ ହୋଇଥିଲା। ଠେଙ୍ଗାରେ ଵାଡ଼ାବାଡ଼ି ହୋଇ ଉଭୟ ପକ୍ଷର ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ଭିତରୁ ମୁକ୍ତେଶ୍ୱର ଗଡ଼ତିଆ ଓ ସଦାଶିବ ପଧାନଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଉଭୟ ଗୋଷ୍ଠୀର ଆଉ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ତ୍ରିପୁର ପଧାନ ନାମ୍ନୀ ମହିଳା ଅଛନ୍ତି। ପ୍ରାଥମିକ ଚିକିତ୍ସା ପରେ ଆହତମାନଙ୍କୁ ଛାଡ଼ି ଦିଆଯାଇଥିବା ଜଣାଯାଇଛି। ପୁଇଁନ୍ତଲା ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

0
0
0
s2sdefault