ତାଲା ବନ୍ଦ ସମୟରେ ଅସହାୟଙ୍କ ପେଟରେ ଦାନା ଦେଉଛନ୍ତି ଯୁବଗୋଷ୍ଠୀ

3

ପଦ୍ମପୁର/ ଶାସକ ପ୍ରଶାସକ – କରୋନା ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି ,ସେହି କ୍ରମରେ ତାଳାବନ୍ଦ ଅବଧି ମଧ୍ୟ ବୄଦ୍ଧି ପାଇଛି । ଏହି ତାଳାବନ୍ଦ ଗରିବ ଖଟିଖିଆ ତଥା ଦୈନିକ କାମକରି ଚଳୁଥିବା ଲୋକଙ୍କ ପାଇଁ ଏକ କାଳ ସଦୄଶ୍ୟ ହୋଇଯାଇଛି । ଗରିବ ଅସହାୟ ଲୋକ ବହୁ କଷ୍ଟରେ ଦିନ ଅତିବାହିତ କରୁଥିବା  ଦେଖିବାକୁ ମିଲୁଛି । ଏପରି ଦୟନୀୟ ଅବସ୍ଥା ସମୟରେ ଉକ୍ତ ଅସହାୟ ଲୋକଙ୍କୁ ସହଯୋଗର ହାତ ବଢାଇଛନ୍ତି ଦୀପ୍ତୀପୁର ଅଞ୍ଚଳର କିଛି ଯୁବଗୋଷ୍ଠୀ । ଜୟ ଜବାନ କ୍ଳବ ଓ ଜଟାଧାରୀ କ୍ଳବର ମିଳିତ ଉଦ୍ୟମରେ ଟାଳ ପଞ୍ଚାୟତର ଗରିବ ଅସହାୟ ତଥା ଦିନ ମଜୁରିଆ ମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି । ଆଜି ଏହି ଯୁବଗୋଷ୍ଠୀ ଜମଲା ପଞ୍ଚାୟତ ଅନ୍ତର୍ଗତ ଜମଲା,ଡୁଙ୍ଗୁରିପାଲି ଓ କୁଦୋପାଲି ଗ୍ରାମର ୧୫୦ ଜଣ ଅସହାୟଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପଦ୍ମପୁର ରାଜବୋଡାସମ୍ବର ବିଡ଼ିଓ ଶଙ୍କର୍ଷଣ ବେହେରା, ପୂର୍ବତନ ସେନାଅଧିକାରୀ ସୁବଳ ଗଡ଼ତିଆ,ବ୍ୟବସାୟୀ ଗଣେଶ ଅଗ୍ରୱାଲ ଯୋଗଦେଇ ଉକ୍ତ ଯୁବଗୋଷ୍ଠୀ ଙ୍କୁ ଉତ୍ସାହିତ କରିଥିଲେ । ଶୁଖିଲା ଖାଦ୍ୟରେ ଚାଉଳ,ଡାଲି,ଚିନି,ଚା,ସୁଜି,ଚୁଡା,ବିସ୍କୁଟ ଓ ଲୁଣ ଦିଆଯାଇଛି । ଯୁବଗୋଷ୍ଠୀଙ୍କ ଏହି ଶୁଖିଲା ଖାଦ୍ୟ ଅସହାୟ ମାନଙ୍କ ପାଇଁ ସହାୟକ ହେବ ବୋଲି  ବୁଦ୍ଧିଜୀବୀ ମହଳରେ ଚର୍ଚ୍ଚା ହେଉଛି । ଏହି ଶୁଖିଲା ଖାଦ୍ୟ ବଣ୍ଟନରେ ଜଟାଧାରୀ କ୍ଳବ ଟାଳର ଧିରେନ ବିଶ୍ବାଳଙ୍କ ନେତୄତ୍ବରେ  ଡ଼ମ୍ବରୁଧର ପ୍ରଧାନ, ଚତୃ ଭୋଇ, ଅଶ୍ବିନୀ ସାହୁ, ମୁକେଶ ବେରିଆ,ଆନନ୍ଦ ପ୍ରଧାନ, ଦେବାଶିଷ ପ୍ରଧାନ, ଶାନ୍ତନୁ ବଢେଇ, ସୁମନ୍ତ ପ୍ରଧାନ, ଚିନ୍ତାମଣି ପ୍ରଧାନ, ଜ୍ୟୋତିକାନ୍ତ ସାହୁ,ନିଳମଣି ସାହୁ,ନାରାୟଣ ସାହୁ ଓ ଜୟ ଜବାନ କ୍ଳବ ଦୀପ୍ତୀପୁରର ଦୀପ୍ତିକାନ୍ତ ମୁଖିଙ୍କ ନେତୄତ୍ବରେ ରୋଶନ ପାଣିଗ୍ରାହୀ,ବିନୟ ସାହୁ,ପ୍ରେମାନନ୍ଦ ବାରିକ, ଚେତନ ଜେନ,ସୁନିଲ ସାହୁ, ସୁଶିଲ ସାହୁ,ଚନ୍ଦନ ସାହୁ, ରଜତ ସାହୁ, ହାର୍ଷିଦ ଗୋୟଲ,କୁନା ବାରିକ, କଂଗ୍ରେସ ସାହୁ,ଅନିଲ ସାହୁ, ବଣ୍ଟି ଅଗ୍ରୱାଲ, ବବୁଲୁ ସୁନା ପ୍ରମୁଖ ଉପସ୍ଥିତ ଥିଲେ 

Leave A Reply

Your email address will not be published.