ବିଜେଡି ନେତା ସୁବାସ ଚୌହାନ ଗରୁତର ଅସୁସ୍ଥ

0

ସମ୍ବଲପୁରରୁ ରମାକାନ୍ତ ବିଶ୍ବାଳ:  ବିଜେଡି ନେତା ସୁବାସ ଚୌହାନ  ଭୀଷଣ ଅସୁସ୍ଥ ହୋଇ ପଡିଛନ୍ତି। ଫଳରେ ତାଙ୍କୁ ରାଜଧାନୀରେ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି। ଗତ କିଛିଦିନ ଧରି ସେ ଅସୁସ୍ଥତା ଅନୁଭବ କରୁଥିବା ଜଣାପଡିଛି । ପୂର୍ବରୁ କିଛି ମାସ ତଳେ ସୁବାସ ଗୁରୁତର ଅସୁସ୍ଥ ହୋଇପଡି ମୁମ୍ବାଇସ୍ଥିତ କ୍ୟାନସର ହସପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ସେ କିଛିଦିନ ଚିକିତ୍ସା ହେବା ପରେ ଭୁବନେଶ୍ବର ଫେରିଥିଲେ। ହେଲେ ପୁଣି ଥରେ ସେ ଗୁରୁତର ହେବାରୁ ବର୍ତ୍ତମାନ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଛି।

ସୁବାସ ଗତ ବିଧାନସଭା ନିର୍ବାଚନ ସମୟରେ ବିଜେପି ପ୍ରତି ଅସନ୍ତୁଷ୍ଠ ହୋଇ ସେଠାରୁ ଇସ୍ତଫା ଦେଇ ପରବର୍ତ୍ତି ସମୟରେ ବିଜେଡିରେ ସାମିଲ ହୋଇଥିଲେ। ପଶ୍ଚିମ ଓଡିଶାରେ ତାଙ୍କର ଭଲ ସଂଗଠନ ଥିବାରୁ ବିଜେଡି ତରଫରୁ ତାଙ୍କୁ ସେହି ଅଞ୍ଚଳ ଦାୟିତ୍ବ ଦେଇଥିଲା। ସେହିପରି ବିଜେପୁର ଉପନିର୍ବାଚନରେ ବିଜେଡିକୁ ଜିତାଇବାରେ ସୁବାସଙ୍କ ଭୂମିକା ମଧ୍ୟ ଗୁରୁତ୍ବ ପୂର୍ଣ୍ଣ ଥିଲା।

Leave A Reply

Your email address will not be published.