କରୋନା କ୍ୱାରାଣ୍ଟାଇନ୍ : ସହର ଓ ଗ୍ରାମାଂଚଳ ପାଇଁ ଅଲଗା 

0

ଭୁବନେଶ୍ୱର(ଶାସକ ପ୍ରଶାସକ) : ଓଡ଼ିଶାକୁ ଫେରୁଥିବା ଲୋକମାନଙ୍କ ପାଇଁ ୧୪ ଦିନିଆ କ୍ୱାରାଣ୍ଟାଇନ୍ ବାଧ୍ୟତାମୂଳକା | ହେଲେ କ୍ୱାରାଣ୍ଟାଇନ୍ ସହର ଓ ଗ୍ରାମାଂଚଳ ପାଇଁ ଅଲଗା ଅଲଗା | ସହରାଞ୍ଚଳକୁ ଫେରୁଥିବା ଲୋକମାନଙ୍କ ପାଇଁ ହୋମ୍ କ୍ୱାରାଣ୍ଟାଇନକୁ  ପ୍ରାଥମିକତା ଦିଆଯାଇଛିା ଯେଉଁମାନଙ୍କର ହୋମ୍ କ୍ୱାରାଣ୍ଟାଇନର  ସୁବିଧା ନାହିଁ ସେମାନଙ୍କ ପାଇଁ ପୌର କର୍ତ୍ତୃପକ୍ଷ ଆନୁଷ୍ଠାନିକ କ୍ୱାରାଣ୍ଟାଇନ ବ୍ୟବସ୍ଥା କରିବେ | ଆବଶ୍ୟକ ହେଲେ ସେମାନେ ନିଜ ଖର୍ଚ୍ଚରେ ନିର୍ଦ୍ଧାରିତ ହୋଟେଲ୍/ଲଜମାନଙ୍କରେ  କ୍ୱାରାଣ୍ଟାଇନରେ  ରହିପାରିବୋ ଗ୍ରାମାଞ୍ଚଳକୁ ଫେରୁଥିବା ଲୋକମାନଙ୍କ ପାଇଁ ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍ ବାଧ୍ୟତାମୂଳକା କିନ୍ତୁ ଗର୍ଭବତୀ ଓ ପ୍ରସୂତୀ ମହିଳା/ଶିଶୁ/ଛାତ୍ରଛାତ୍ରୀ/ବୃତ୍ତିଜୀବୀ/ତୃତୀୟ ଲିଙ୍ଗ ଓ ଶାରିରୀକ ଓ ମାନସିକ ଭିନ୍ନକ୍ଷମମାନଙ୍କ ପାଇଁ ଆବଶ୍ୟକ ସ୍ଥଳେ ହୋମ୍ କ୍ୱାରାଣ୍ଟାଇନ୍ ପାଇଁ କର୍ତ୍ତୃପକ୍ଷ ଅନୁମତି ଦେଇପାରିବେ କିମ୍ବା ସେମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିପାରିବୋ ଏଠି ନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛିା 

ସୂଚନାଯୋଗ୍ୟଯେ , କୋଭିଡ୍-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ପ୍ରାୟ ୧୨,୦୦୦ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛିା ଏଥିରେ ପାଖାପାଖି ୫ ଲକ୍ଷ ଶଯ୍ୟାର ବ୍ୟବସ୍ଥା କରାଯାଇଛିା ଗ୍ରାମାଞ୍ଚଳରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସମସ୍ତ ମୌଳିକ ସୁବିଧାସୁଯୋଗ ଉପଲବ୍ଧ ହେବା ସହ ସଫେଇ ଓ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦିଆଯାଉଛିା ଏହି କେନ୍ଦ୍ରଗୁଡ଼ିକରେ ମେନୁ ଚାର୍ଟ ଅନୁସାରେ ଉନ୍ନତ ମାନର ଖାଦ୍ୟ ଯୋଗାଇ ଦିଆଯାଉଛିା କେନ୍ଦ୍ରଗୁଡ଼ିକରେ କାର୍ଯ୍ୟରତ ସ୍ୱାସ୍ଥ୍ୟକର୍ମୀ ଏବଂ ଅନ୍ୟାନ୍ୟ ସେବା ପ୍ରଦାନକାରୀ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ବ୍ୟବହାର କରୁଛନ୍ତି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି |

Leave A Reply

Your email address will not be published.