ସୁବାସ ଚୌହାନଙ୍କ ବିୟୋଗରେ ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ 

0

ଭୁବନେଶ୍ୱର (ଶାସକ ପ୍ରଶାସକ) ଟାଣୁଆ ଜନନେତା ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ ଉଲ୍ଲେଖ କରିଛନ୍ତି ଯେ “ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।”

 

Leave A Reply

Your email address will not be published.