ଝାରସୁଗୁଡ଼ା ଜିଲ୍ଲା ଖଣିଜ ପାଣ୍ଠି ପ୍ରତିଷ୍ଠାନର ସପ୍ତମ ବୈଠକ 

0

ଝାରସୁଗୁଡ଼ା(ସୁବାସ ସାହାରେ):  ଝାରସୁଗୁଡ଼ା ଜିଲ୍ଲା ଖଣିଜ ପାଣ୍ଠି ପ୍ରତିଷ୍ଠାନର ୭ମ ବୈଠକ ଡି.ଏମ୍ ଏଫ ଅଡିଟୋରିଅମରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ଝାରସୁଗୁଡ଼ା ବିଧାୟକ ନବକିଶୋର ଦାସ, ବରଗଡ଼ ଲୋକସଭା ସଦସ୍ୟ ସୁରେଶ ପୂଜାରୀ, ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଡିଏଫଓ ଲଳିତ କୁମାର ପାତ୍ର, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀ ଏବଂ ସିଡିଏମଓ ଜଗଦୀଶ ଚନ୍ଦ୍ର ବାରିକ ପ୍ରମୁଖ ଉପସ୍ଥିତ ଥିଲେ । ବୈଠକରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଗୁଡିକର କାର୍ଯ୍ୟ ତ୍ୱରାନ୍ୱିତ କରାଯିବା, ବ୍ୟାପକ ବୃକ୍ଷ ରୋପଣ ସହ ଏହାର ରକ୍ଷଣା ବେକ୍ଷଣ ପାଇଁ ଯତ୍ନବାନ ହେବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଅନ୍ତର୍ଭୁକ୍ତ ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ସମ୍ପନ୍ନ ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଛି । ସାଂସଦ ପାଣ୍ଠି, ବିଧାୟକ ପାଣ୍ଠି, ସି.ଏଫ.ସି, ଏସ.ଏଫ.ସି ଏବଂ ଡିଏମ୍ଏଫ ପାଣ୍ଠି ସହାୟତାରେ ଜିଲ୍ଲାରେ ୬୪ ଗୋଟି ଉଚ୍ଚ ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟ କରାଯିବା, ଆଲୋକୀକରଣ ଦ୍ୱାରା ରମ୍ପେଲା ବ୍ରିଜ, ବେଲପାହାଡ଼ ଓଭର ବ୍ରିଜ ଓ ଝାରସୁଗୁଡ଼ା ସହରର ସୌନ୍ଦର୍ଯ୍ୟ ବୃଦ୍ଧି କରାଯିବା ନେଇ ବୈଠକରେ ଆଲୋଚନା କରାଯାଇଥିଲା । ବିଭିନ୍ନ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ଥିଲେ । ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.