ଭୁବନେଶ୍ୱର,(ଶାସକ ପ୍ରଶାସକ): ସୁପ୍ରିମକୋର୍ଟ ମହାପ୍ରଭୁଙ୍କ ରଥଯାତ୍ରା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ସୁପ୍ରିମକୋର୍ଟଙ୍କ କଠୋର ନିଷ୍ପତିକୁ ସ୍ୱୀକାର କରିବାକୁ ପଡିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ।ଶ୍ରୀ ମହାନ୍ତି କହିଛନ୍ତି ଦେଶ କରୋନା ମହାମାରୀର ଏକ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଛି । ମନନମାନିଲେ ବି ରଥଯାତ୍ରା ନେଇ ମାନ୍ୟବର ସୁପ୍ରିମକୋର୍ଟଙ୍କ କଠୋର ନିଷ୍ପତିକୁ ସ୍ୱୀକାର କରିବାକୁ ପଡିବ । ଏହା ବୋଧହୁଏ ମହାପ୍ରଭୁଶ୍ରୀଜଗନ୍ନାଥଙ୍କ ଇଚ୍ଛା ବୋଲି ଶ୍ରୀ ମହାନ୍ତି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି |
Sign in
Sign in
Recover your password.
A password will be e-mailed to you.