ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମଧ୍ୟ ୫ ମାସ ପାଇଁ ମାଗଣା ଚାଉଳ ଓ ଡାଲି ପାଇବେ

0

ଭୁବନେଶ୍ୱର (ଶାସକ ପ୍ରଶାସକ) କରୋନା ସଂକ୍ରମଣ ଏବଂ ତଦ୍‌ଜନିତ ଲକ୍‌ଡାଉନ ଓ ସଟ୍‌ଡାଉନ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସ ମାଗଣାରେ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏହାଦ୍ବାରା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫ କେଜି ଲେଖାଏ ଚାଉଳ ୫ ମାସ ପାଇଁ ମାଗଣା ଯୋଗାଇ ଦିଆଯିବ। ଏହାସହିତ ପ୍ରତି ମାସରେ ପରିବାର ପିଛା ଏକ କେଜି ଲେଖାଏ ଡାଲି  ମଧ୍ୟ   ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ଯୋଗାଇ ଦିଆଯିବ।  ଏହାଦ୍ବାରା  ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧାରୁ ବାଦ ପଡିଥିବା ଲକ୍ଷ ଲକ୍ଷ ହିତାଧିକାରୀମାନେ ଉପକାର ପାଇପାରିବେ।

Leave A Reply

Your email address will not be published.