ଖୋର୍ଦ୍ଧା ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସତ୍ୟଜିତ୍ ସେନାପତିଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

0

ଭୁବନେଶ୍ୱର(ଶାସକ ପ୍ରଶାସକ) : ପୂର୍ବତନ ବାଲୁଗାଁ ନଗରପାଳ ତଥା ଖୋର୍ଦ୍ଧା ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶ୍ରୀ ସତ୍ୟଜିତ୍ ସେନାପତିଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକ ଗଭୀର ଶୋକ ବ୍ୟକ୍ତ କରିବା ସହ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରି ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି ।

ଜଣେ ଦକ୍ଷ ସଂଗଠକ ଏବଂ ଯୁବନେତା ଭାବେ ସ୍ୱର୍ଗତଃ ସେନାପତି ଅଳ୍ପ ସମୟ ମଧ୍ୟରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ଛାତ୍ର ଜୀବନରୁ ରାଜନୀତିରେ ପାଦ ଦେଇଥିବା ସ୍ୱର୍ଗତଃ ସେନାପତି ସର୍ବଦା ନିଜ ଦାୟୀତ୍ୱକୁ ସଠିକ୍ ଭାବେ ସଂପାଦନା କରୁଥିଲେ । ତାଙ୍କର ଏହି ଅକାଳ ବିୟୋଗରେ ସ୍ଥାନୀୟ ଅଂଚଳରେ ଶୋକର ବାତାବରଣ ସୃଷ୍ଟି ହୋଇଛି । ସ୍ୱର୍ଗତଃ ସେନାପତିଙ୍କ ବିୟୋଗ ପାର୍ଟୀ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିବା ସହ ଏଭଳି ଦୁଃଖଦ ସମୟରେ ପ୍ରଭୁ ଶ୍ରୀ ଜଗନ୍ନାଥ ସ୍ୱର୍ଗତଃ ମହାନ୍ତିଙ୍କ ପରିବାରବର୍ଗଙ୍କୁ ଅସୀମ ଧର୍ଯ୍ୟ ଓ ସାହାସ ପ୍ରଦାନ କରିବାକୁ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ପ୍ରାର୍ଥନା କରିଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିସ ଆଚାର୍ଯ୍ୟ, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ ଓ ଟଙ୍କଧର ତ୍ରିପାଠୀ, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ଠାକୁର ରଣଜିତ୍ ଦାଶ ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । 

 

Leave A Reply

Your email address will not be published.