ରାଜ୍ୟବ୍ୟାପୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିନ ପାଳନ

0

ମନ୍ଦିର ଓ ଦେବାଳୟରେ ପ୍ରଦୀପ ପ୍ରଜ୍ୱଳନ କରି ପ୍ରଧାନମନ୍ତ୍ରୀଙ୍କ ନିରାମୟ ଓ ଦୀର୍ଘଜୀବନ କାମନା କଲେ ବିଜେପି କାର୍ଯ୍ୟକର୍ତା

 ରାଜ୍ୟର ୭୦ଟି ସ୍ଥାନରେ ରକ୍ତଦାନ ଶିବିରର ଆୟୋଜନ କଲା ଯୁବମୋର୍ଚ୍ଚା

 ସେପ୍ଟେମ୍ବର ୨୦ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯିବ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ  ୭୦ ତମ ଜନ୍ମଦିନ ଅବସରରେ ଆଜି ରାଜ୍ୟର କୋଣ ଅନୁକୋଣରେ ବିଜେପି କାର୍ଯ୍ୟକର୍ତାମାନେ ମାନନୀୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା, ଅଭିନନ୍ଦନ ଜଣାଇ ବିଭିନ୍ନ ମନ୍ଦିର ଓ ଦେବାଳୟରେ ପ୍ରଦୀପ ପ୍ରଜ୍ୱଳନ କରି ତାଙ୍କର ନିରାମୟ ଓ ଦୀର୍ଘଜୀବନ କାମନା କରିଛନ୍ତି ।

ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଇରାଶିସ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଯୁବମୋର୍ଚ୍ଚାର କାର୍ଯ୍ୟକର୍ତାମାନେ କୋଭିଡ୍-୧୯ ଗାଇଡଲାଇନକୁ ପାଳନ କରି ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରର ଆୟୋଜନ କରିଥିଲେ । ବାଲେଶ୍ୱର, ମୟୁରଭଂଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଦେବଗଡ, ବରଗଡ, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ବୈାଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, କନ୍ଧମାଳ, ନୂଆପଡା, ଅନୁଗୁଳ, ଢେଙ୍କାନାଳ ଜିଲ୍ଲା ସମେତ ପ୍ରମୁଖ ଏକାଧିକ ସ୍ଥାନରେ ରକ୍ତଦାନ ଶିବିର ଆୟୋଜିତ ହୋଇଛି ।

ଆଜିର ଏହି କାର୍ଯ୍ୟକ୍ରମକୁ ରାଜ୍ୟ ଉପସଭାପତି ବିଧାୟକ ନାଉରୀ ନାଏକ, ଭୃଗୁ ବକ୍ସିପାତ୍ର, ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ସଂପାଦକ ଅମର ନାୟକ, ଟଙ୍କଧର ତ୍ରିପାଠୀ, ସଂଖ୍ୟାଲଘୁ ମୋର୍ଚ୍ଚା ରାଜ୍ୟ ସଭାପତି ସିକନ୍ଦର ଅଲ୍ଲୀ, ମେଡିକାଲ ସେଲ୍ ରାଜ୍ୟ ସଂଯୋଜକ ଡା.କୈଳାଶ ବିଶ୍ୱାଳ ପ୍ରମୁଖଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପାର୍ଟୀର ବହୁ ନେତୃବୃନ୍ଦ ଏବଂ ଯୁବମୋର୍ଚ୍ଚା କାର୍ଯ୍ୟକର୍ତାମାନେ ସାମିଲ ହୋଇ ରକ୍ତଦାନ ଶିବିରର ଆୟୋଜନକୁ ସଫଳ କରିଥିଲେ । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ରାଜ୍ୟବ୍ୟାପୀ ସେବା ସପ୍ତାହ ପାଳନ କରାଯାଉଛି । ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ  ହେବାକୁ ଥିବା ସେବା ସପ୍ତାହ କାର୍ଯ୍ୟକ୍ରମରେ ପାର୍ଟୀର ସମସ୍ତ ସାଂସଦ, ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ସମସ୍ତ ନିର୍ବାଚିତ ଜନ ପ୍ରତିନିଧିମାନଙ୍କ ସହ ପାର୍ଟୀର ସମସ୍ତ ପଦାଧିକାରୀ ଓ କାର୍ଯ୍ୟକର୍ତାମାନେ କୋଭିଡ୍-୧୯ ନୀତିନିୟମକୁ ପାଳନ ସହ ଯୋଗଦାନ କରୁଛନ୍ତି 

Leave A Reply

Your email address will not be published.