ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୭୫ ହଜାର ଟଙ୍କା ସହାୟତା ପ୍ରଦାନ ।

0

ବୁଗୁଡା/ ଡ଼ଃ କୁମୁଦ ଚନ୍ଦ୍ର ବେହେରା- ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ଅରଖପୁର ଗ୍ରାମର ଜଣେ ଅସହାୟ ରୋଗୀଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦିଆଯାଇଥିବା ସହାୟତା ରାଶି  ୭୫ ହଜାର ଟଙ୍କାର ଚେକକୁ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ରୋଗୀଙ୍କ ପରିବାରକୁ ଶୁକ୍ରବାର ଦିନ ପ୍ରଦାନ କରିଛନ୍ତି। ଅରଖପୁର ଗ୍ରାମର କୋକ ସ୍ଵାଇଁ ଗୁରୁତର ରୋଗରେ ପୀଡ଼ିତ ଥିବା ବେଳେ ତାଙ୍କ ପରିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସାହାଯ୍ୟ ପାଇଁ ଆବେଦନ କରିଥିଲେ। ସେହି ସହାୟତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆସିଥିବା ଅର୍ଥକୁ ଆଜି ବିଧାୟକ ଶ୍ରୀ ସାହୁ ଚେକ ମାଧ୍ୟମରେ କୋକ ସ୍ୱାଇଁଙ୍କ ପରିବାରର ବ୍ୟକ୍ତିଙ୍କୁ ପ୍ରଦାନ କରିଥିଲେ। ଚେକ ପ୍ରଦାନ ସମୟରେ ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା ଓ ସ୍ଥାନୀୟ ସମିତି ସଭ୍ୟ ତଥା ବୁଗୁଡା ବ୍ଲକ ଉପାଧ୍ୟକ୍ଷ ଟୁକୁନା ସ୍ଵାଇଁ ଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ଥିଲେ।

 

Leave A Reply

Your email address will not be published.