୧୦୪ତମ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମ; ମଣିପୁରରେ ମୁଖ୍ୟ ଅତିଥି ବୈଜୟନ୍ତ ପଣ୍ଡା

0

ଭୁବନେଶ୍ବର/ଇମ୍ଫାଲ : ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଆଜି ମଣିପୁରରେ ଆୟୋଜିତ ପଣ୍ଡିତ ଦୀନଦୟାଲ ଉପାଧାୟଙ୍କ ୧୦୪ ତମ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। ମଣିପୁର ବିଜେପି ମୁଖ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମଣିପୁର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଏନ. ବୀରେନ ସିଂହ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି କର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସି ମାଧ୍ୟମରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରି ସମସ୍ତଙ୍କୁ ଶୁଭକାମନା ଦେଇଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଓ ବିକାଶମୂଳକ ଯୋଜନା ବିଷୟରେ ଶ୍ରୀଯୁକ୍ତ ପଣ୍ଡା ଉଦବୋଧନ ଦେଇଥିଲେ ଏବଂ ଏଗୁଡ଼ିକୁ ତୃଣମୂଳ ସ୍ତରରେ ଲୋକଙ୍କ ନିକଟରେ ପହଞ୍ଚାଇବାକୁ କାର୍ଯ୍ୟକର୍ତ୍ତାଙ୍କୁ ଅନୁରୋଧ କରିଥିଲେ। ପରେ ଶ୍ରୀଯୁକ୍ତ ପଣ୍ଡା ପ୍ରଧାନମନ୍ତ୍ରୀ ସୁକନ୍ୟା ସମୃଦ୍ଧି ହିତାଧିକାରୀଙ୍କୁ ପାସବୁକ୍ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବିଜେପି ଉତ୍ତର-ପୂର୍ବାଞ୍ଚଳ ସଂଗଠନ ମନ୍ତ୍ରୀ ଶ୍ରୀ ଅଜୟ ଜମୱାଲ, ଉପାଧ୍ୟକ୍ଷ ଶ୍ରୀ ଉଷାମ ଦେବେନ, ସାଧାରଣ ସମ୍ପାଦକ ଶ୍ରୀ ପ୍ରେମାନନ୍ଦ ମେଇତି, ମହିଳା ମୋର୍ଚ୍ଚା ସଭାପତି ଶ୍ରୀମତି ଲୋତିକା ଲେଇମା ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।

Leave A Reply

Your email address will not be published.