ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗୀୟ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ

0

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗୀୟ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ସଭାପତି ତଥା ମୋହନା ବିଧାୟକ ଦାଶରଥି ଗମାଙ୍ଗ ଯୋଗ ଦେଇ ସ୍ୱର୍ଗୀୟ ଇନ୍ଦିରା ଗାନ୍ଧୀଙ୍କ ଫଟୋ ଚିତ୍ର ଠାରେ ପ୍ରଦୀପ ପ୍ରଜ୍ୱଳନ କରି ପୁଷ୍ପମାଲ୍ୟ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ।

 ଏହି ଅବସରରେ ଇନ୍ଦିରା ଗାନ୍ଧୀଙ୍କ ଜନସେବା , ତ୍ୟାଗ ଓ ଆଦର୍ଶମୟ ଜୀବନୀ ଉପରେ ଆଲୋକପାତ କରାଯାଇ ତାଙ୍କର ନୀତି-ଆଦର୍ଶ ଉପରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ କରାଯାଇଥିଲା । 

ପାରଳା ନଗର କଂଗ୍ରେସ କମିଟି ସଭାପତି ବସନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ  ଜାଖବ ମାଝି , ଗୌରୀ ଶଙ୍କର ପ୍ରଧାନି , ଦୁର୍ଗାସ ଶବର , ବିଷ୍ଣୁ ପାଢୀ , ସଜୟ ଅଧିକାରୀ , ବାବୁଲି ସାହୁ ,ବାପି ପଣ୍ଡା , ସୂର୍ଯ୍ୟ ନାରାୟଣ ପାତ୍ର , ରାଜା ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । 

Leave A Reply

Your email address will not be published.