ଜିଲ୍ଲା ପ୍ରଶାସନ ତରଫରୁ ଦୁର୍ନିତି ନିବାରଣ ସପ୍ତାହ ପାଳିତ

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ଦୁର୍ନିତି ନିବାରଣ ସପ୍ତାହ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ପାଳନ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ଅନୁପମ ସାହା  ସଭାପତିତ୍ୱ କରିଥିଲା ବେଳେ ଭାରପ୍ରାପ୍ତ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା , ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ମହେଶ କୁମାର ଚୌଧୁରୀ ମଞ୍ଚାସୀନ କରିଥିଲେ।

ଜିଲ୍ଲାପାଳ ଦୁର୍ନିତି ନିବାରଣ ଉପରେ ଗୁରୁତ୍ୱ ଦେଇ ପ୍ରତ୍ୟେକ କାର୍ଯ୍ୟକ୍ରମରେ ସାଧୁତା ଏବଂ ସ୍ୱଚ୍ଛତା ବଜାୟ ରଖି ନିଷ୍ଠାପର ଭାବରେ ଅବିରତ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମଙ୍ଗଳ ଅଧିକାରୀ ସନ୍ତୋଷ ରଥ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ବାସନ୍ତି ଦେଇ , ସହକାରୀ ଜିଲ୍ଲାପାଳ ଜୟଦରଥ , ଜିଲ୍ଲା କ୍ରୀଡ଼ା ଅଧିକାରୀ ପ୍ରଭାକର ତ୍ରିପାଠୀ , ନିର୍ବାହୀ ଯନ୍ତ୍ରୀ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ,ଜ୍ୟୋତି ରଞ୍ଜନ ଅଧିକାରୀ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ପ୍ରମୁଖ ଉପସ୍ଥିତ ଥିଲେ।

ଶେଷରେ ଜିଲ୍ଲାପାଳ ନିଜେ ଦୁର୍ନିତି ନକରିବା ସହ ଅନ୍ୟକୁ ଦୁର୍ନିତିରୁ ଦୁରେଇ ରହିବା ପାଇଁ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ।

Leave A Reply

Your email address will not be published.