ଭାଡିଦର ସ୍କୁଲ ବନ୍ଦ ପ୍ରତିବାଦରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ

0 2

 ( ରେଢାଖୋଲ ଉପଖଣ୍ଡ ପ୍ରତିନିଧି ଶ୍ରୀୟାସ୍ମୀତା ସାମଲ ): ସରକାର ଶିକ୍ଷାକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। ଶିକ୍ଷାର ମାନବୃଦ୍ଧି ତଥା ଶିକ୍ଷାର ବିକାଶ ପାଇଁ ଗୁରୁତ୍ୱ ଦେଉଛନ୍ତି। ହେଲେ ସରକାର ଯେଉଁ ବିଦ୍ୟାଳୟରେ୨୦ ରୁ କମ୍ ଛାତ୍ରଛାତ୍ରୀ ଅଛନ୍ତି ତାହା ବନ୍ଦ କରି ଅନ୍ୟ ସ୍କୁଲରେ ମିଶାଇବା ଅଭିଯାନ ଏବେ ଆରମ୍ଭ କରିଛନ୍ତି। ଏହାର ପ୍ରତିବାଦରେ ରାଜ୍ୟରେ ଛାତ୍ରଛାତ୍ରୀ ତଥା ଅଭିଭାବକ ମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ସ୍କୁଲ ବନ୍ଦ ପ୍ରତିବାଦରେ ସମ୍ବଲପୁର ଜିଲ୍ଲା ରେଢାଖୋଲ ବ୍ଲକ୍ ବଂଶାଜାଲ ପଂଚାୟତର ଭାଡିଦର ବିଦ୍ୟାଳୟକୁ ସରକାର ବନ୍ଦ କରିଦେଉଥିବାରୁ ଏହାର ପ୍ରତିବାଦରେ ଆଜି ରେଢାଖୋଲ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ ଛାତ୍ରଛାତ୍ରୀମାନେ। ଏହା ସହିତ ଅଭିଭାବକ ଓ ଗ୍ରାମବାସୀ ମାନେ ମଧ୍ୟ ଏହି ଧାରଣାରେ ବସି ଥିଲେ।  ସରକାର ୨୦ ରୁ କମ୍ ଥିବା ବିଦ୍ୟାଳୟ ବନ୍ଦ କରୁଥିବା ବେଳେ ଭାଡିଦରରେ ୨୪ ଜଣ ଛାତ୍ରଛାତ୍ରୀ ରହୁଥିବା ବେଳେ କେମିତି ତାହା ବନ୍ଦ କରାଯାଇଛି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଭାଡିଦର ଗ୍ରାମ ପାଖରେ ଜଙ୍ଗଲ ରହିଛି, ଯା ଫଳରେ ଛୋଟ ପିଲାମାନେ ଏଠାରୁ ଅନ୍ୟସ୍କୁଲକୁ ପାଠ ପଢି ଯିବାକୁ ଅସୁବିଧା ପାଇବେ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ଆଜି ରେଢାଖୋଲ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ଉପଜିଲ୍ଲାପାଳଙ୍କୁ ସରକାରଙ୍କ ଉଦ୍ଦେଶ୍ୟରେ ଏକ ଦାବୀ ପତ୍ର ପ୍ରଦାନ କରିଛନ୍ତି ଗ୍ରାମବାସୀ, ଅଭିଭାବକ ଓ ଛାତ୍ରଛାତ୍ରୀ। ସରକାର ଆମକଥା ନ ଶୁଣିଲେ ଆନ୍ଦୋଳନ ତୀବ୍ର ହେବ ବୋଲି ଗ୍ରାମବାସୀ, ଅଭିଭାବକ ମାନେ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.