ରାଜ୍ୟପାଳଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଦେହାନ୍ତ 

0

ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 

 ଭୁବନେଶ୍ୱର (ଶାସକ ପ୍ରଶାସକ) ଓଡ଼ିଶାର ମହାମହୀମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କର ଧର୍ମପତ୍ନୀ ସୁଶୀଲା ଦେବୀଙ୍କ ଗତକାଲି ରାତିରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି | କିଛି ଦିନଧରି ସେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ | କରୋନାରେ ଆକ୍ରାନ୍ତ ହୋଇ ଶ୍ରୀମତୀ ସୁଶୀଳା ଦେବୀ ଗତ ନଭେମ୍ବର ୧ ରୁ ସମ ହସ୍ପିଟାଲ୍ ରେ ଚିକିତ୍ସିତ ଥିଲେ । ତେବେ ପୂର୍ବରୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଥିବାରୁ କରୋନା ତାଙ୍କ ପାଇଁ ସ୍ୱାସ୍ଥ୍ୟଗତ ଜଟିଳତା ସୃଷ୍ଟି କରିଥିଲା  । ଡାକ୍ତରମାନଙ୍କ ପ୍ରବଳ ଉଦ୍ୟମ ସତ୍ତ୍ୱେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସି ନ ଥିଲା । ସେ ଆଇସିୟୁରେ ଚିକିତ୍ସିତ ହେଉଥିବା ବେଳେ ଗତକାଲି ରାତିରେ ଆଖି ବୁଜିଦେଇଥିଲେ ଶ୍ରୀମତୀ ଲାଲ୍ ।

    ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ ସୁଶୀଲା ଦେବୀଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି | ମୁଖ୍ୟମନ୍ତ୍ରୀ ତାଙ୍କୁ ଜଣେ ଅତି ସ୍ନେହୀ ଏବଂ ଧର୍ମପରାୟଣ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ  ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶ ଲାଲ ଏବଂ ଶୋକସନ୍ତପ୍ତ ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଆମରାତ୍ମାଙ୍କ ସଦ୍ଗତି କାମନା କରିଛନ୍ତି |

ସେହିପରି  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟର ପ୍ରଥମ ମହିଳା ସୁଶୀଲ ଦେବୀଙ୍କ ଦେହାନ୍ତରେ ଗଭୀର ଦୁଃଖ ବ୍ୟକ୍ତ କରିଛନ୍ତି | କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ତାଙ୍କ ଶୋକବର୍ତ୍ତରେ କହିଛନ୍ତି ଯେ ” ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ । ଅମର ଆତ୍ମାର ସଦଗତି କାମନା କରୁଛି ” 

 

Leave A Reply

Your email address will not be published.