ପୋଲସରା ବ୍ଲକରେ ୨୩୯ ଜଣଙ୍କୁ ଭତ୍ତା ଓ ୩ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ ।

0

ପୋଲସରା (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଲକରେ ନଭେମ୍ବର ୨୩ ତାରିଖ ଦିନ ୨୩୯ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ ସହ ୩ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିବା ପୋଲସରା ବିଡ଼ିଓ ଶମ୍ଭୁନାଥ ନନ୍ଦୀ ପ୍ରକାଶ କରିଛନ୍ତି। ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୨୩୯ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିବା ବେଳେ ୩ ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୋଲସରା ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା, ଜିଲ୍ଲା ପରିଷଦ ସଦସ୍ୟ ସଦସ୍ୟା, ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟାଙ୍କ ସମେତ ହିତାଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।

Leave A Reply

Your email address will not be published.