ଭୁବନେଶ୍ୱର- (ଶାସକ ପ୍ରଶାସକ) : ଆସନ୍ତା ଡିସେମ୍ବର ୧୮ ତାରିଖ ଦିନ ବିଜୁ ଯୁବ ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବିଜେଡି ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟଠାରେ ସକାଳ ୧୦ ଘଟିକା ସମୟରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ଯୁବ ବିଜେଡିର କାର୍ଯ୍ୟକାରୀ ସଭାପତି, ମହାସଚିବ, ବରିଷ୍ଠ ଉପସଭାପତି, ଉପସଭାପତି, ସାଧାରଣ ସମ୍ପାଦକ, ସମ୍ପାଦକ, ଯୁଗ୍ମ ସମ୍ପାଦକ, ୩୫ଟି ସାଙ୍ଗଠନିକ ଜିଲ୍ଲାର ସମସ୍ତ ଜିଲ୍ଲା ସଭାପତି ଓ ସମସ୍ତ ଜୋନର ଜୋନ ସଭାପତିମାନେ ଯୋଗଦେବେ । ବିଜୁ ଯୁବ ଜନତା ଦଳର ନବକଳେବର ପରେ ଏହା ହେବ ପ୍ରଥମ କାର୍ଯ୍ୟକାରିଣୀ ବୈଠକ । ଏହି କାର୍ଯ୍ୟକାରିଣୀ ବୈଠକରେ ଯୁବ ବିଜେଡିର ବିଭିନ୍ନ ପ୍ରସ୍ତାବମାନ ଆଗତ କରାଯିବା ସହ ତୃଣମୂଳ ସ୍ତରରେ ଯୁବକମାନଙ୍କୁ ସୁସଂଗଠିତ କରି ବିଜୁ ଜନତା ଦଳର ସଂଗଠନକୁ ବ୍ୟାପକ କ୍ରିୟାଶୀଳ କରିବା ଦିଗରେ ବିସ୍ତୃତ ଆଲୋଚନା କରାଯିବ ବୋଲି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ପ୍ରଣବ କୁମାର ବଳବନ୍ତରାୟ ଏବଂ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ.ବ୍ୟୋମକେଶ ରାୟ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।
Sign in
Sign in
Recover your password.
A password will be e-mailed to you.
Prev Post
Next Post