ପଦ୍ମପୁର ସର୍କଲର ଏଆରସିଏସଙ୍କ  ସମେତ ପଦ୍ମପୁର ଓ ନବରଙ୍ଗପୁର ଆରଏମସି ସଂପାଦକ ନିଲମ୍ବିତ

0

ଭୁବନେଶ୍ୱର : କାର୍ଯ୍ୟରେ ଗୁରୁତର ଅବହେଳା ଓ ବିଭାଗ ଦ୍ୱାରା ଜାରି କରାଯାଇଥିବା ଧାନସଂଗ୍ରହ ସଂପର୍କିତ ନିର୍ଦ୍ଦେଶାବଳୀର ଉଲ୍ଲଂଘନ ଅଭିଯୋଗରେ ବରଗଡ଼ ଜିଲ୍ଲାର ପଦ୍ମପୁର ସର୍କଲର ସହକାରୀ ରେଜିଷ୍ଟ୍ରାର, ସମବାୟ ସମିତି ସମୂହ ସଞ୍ଜୟ କୁମାର ତ୍ରିପାଠୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛିା ସେହିପରି ସବ୍-ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର କୋଅପରେଟିଭ୍ ସୋସାଇଟି (ଏସ୍ଏଆର୍ସିଏସ୍) ତଥା ପଦ୍ମପୁର ନିୟନ୍ତ୍ରିତ ବଜାର କମିଟିର ସଂପାଦକ ଧର୍ମେନ୍ଦ୍ର ଭୋଇ ଏବଂ ଇନ୍ସପେକ୍ଟର  କୋଅପରେଟିଭ୍ ସୋସାଇଟି ତଥା ନବରଙ୍ଗପୁର ନିୟନ୍ତ୍ରିତ ବଜାର କମିଟିର ସଂପାଦକ ଶଶାଙ୍କ ଶେଖର ସାହାଣୀଙ୍କୁ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସରକାରଙ୍କ ଦ୍ୱାରା କାର୍ଯ୍ୟରୁ ନିଲମ୍ବନ କରାଯାଇଛିା ନିଲମ୍ବନ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯାଇଛି ଏବଂ ସେମାନଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି ସମବାୟ ବିଭାଗ ସୂତ୍ରରୁ ପ୍ରକାଶା 

 

Leave A Reply

Your email address will not be published.