ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା। 

0 2

ଝାରସୁଗୁଡ଼ା :(ସୁଭାଷ ସହାରେ) -ଝାରସୁଗୁଡ଼ା ବ୍ଲକର ବୁଡ଼ିପଦରର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପଦ୍ମିନୀ ବେହେରାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା।  ଏହି ଅବସରରେ ମୂଖ୍ୟ ଅତିଥି ଭାବରେ ଜିଲ୍ଲା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ସଭାପତି ହେମସାଗର ଚୌଧୁରୀ ଯୋଗଦାନ କରିଥିଲେ। ସମ୍ମାନିତ ଅତିଥି ଭାବରେ ବ୍ଲକ ସଂଘ ସଭାପତି ଅଶୋକ ମହାପାତ୍ର, ସମ୍ପାଦକ ଲିଙ୍ଗରାଜ ବେହେରା ମଧ୍ୟ ଯୋଗଦେଇ ଶ୍ରୀମତୀ ବେହେରାଙ୍କ କାର୍ଯ୍ୟର ଭୂୟସୀ ପ୍ରଶଂସା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି ଅବସରରେ ଯୋଗଦେଇ ଶ୍ରୀମତୀ ବେହେରାଙ୍କ ସହିତ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ। ସେହିପରି ଶ୍ରୀମତୀ ବେହେରା ନିଜର ସମସ୍ତ ଅଭିଜ୍ଞତା ବିଷୟରେ ବର୍ଣ୍ଣନା କରିବା ସମୟରେ ଭାବପ୍ରବଣ ହୋଇ ସମସ୍ତଙ୍କ ସହଯୋଗ ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହି ଅବସରରେ ଜମେରା ସାଧନ କେନ୍ଦ୍ରର ସିଆରସିସି ତଥା ଅନ୍ୟାନ୍ୟ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ। 

କାର୍ଯ୍ୟକ୍ରମ ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଅନିରୁଦ୍ଧ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.