ବୁଗୁଡା ( ଡ଼ଃ. କୁମୁଦ ଚନ୍ଦ୍ର ବେହେରା) ବୁଗୁଡା ବ୍ଲକ ଅନ୍ତର୍ଗତ ଶଙ୍କୁରୁ ଗ୍ରାମ ପାଞ୍ଚାୟତ ର ଭାଲୁଆସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ଏପ୍ରିଲ ୦୩ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଶନ କୁମାର ବେହେରା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ମାଣିତରା କ୍ଳଷ୍ଟର ସିଆରସିସି ଭବାନୀ ପାତ୍ର ଓ ଏସଏମସି ସଭାପତି ଜଗନ୍ନାଥ ଗୌଡ଼ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷକ ଅନୁପ କୁମାର ଖଡଙ୍ଗା ଏହି ମେଳାରେ ଅଧ୍ୟକ୍ଷତା କରିଥିବା ବେଳେ ଅତିଥି ବୃନ୍ଦ ସମସ୍ତ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷକ ବିଭୁ ସୁନ୍ଦର ସାହୁ ମେଳା ପରିଚାଳନାରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.