ଭୁବନେଶ୍ୱର(ଶାସକ ପ୍ରଶାସକ) -ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଜନସେବକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ଅବସରରେ ଆଜି ସକାଳେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୋଭିଡ୍ କଟକଣା ମଧ୍ୟରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛିା ଭୁବନେଶ୍ୱର ୟୁନିଟ୍-୬, ରାଜଧାନୀ ଚିକିତ୍ସାଳୟ ଛକସ୍ଥିତ ସ୍ୱର୍ଗତ ତ୍ରିପାଠୀଙ୍କ ପ୍ରତିମୂର୍ତ୍ତିରେ ନବରଙ୍ଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲୋ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗର ଉପନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଶବରୀ ସାଂସ୍କୃତିକ ସଂସଦର ଉପସଭାପତି ନୀଳମାଧବ ଦାସ ଏବଂ କର୍ମକର୍ତ୍ତାମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲୋ କୋଭିଡ୍ ନିୟମାବଳୀକୁ ଦୃଷ୍ଟିରେ ରଖି ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଅତି ସୀମିତ ସଂଖ୍ୟକ ଅତିଥି ଉପସ୍ଥିତ ରହିଥିଲୋ
Sign in
Sign in
Recover your password.
A password will be e-mailed to you.
Next Post