ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

0 2

ଭୁବନେଶ୍ୱର, (ଶାସକ ପ୍ରଶାସକ):ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ତଥା ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୋଭିଡ୍ କଟକଣା ମଧ୍ୟରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛିା ଏଜି ଛକସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲୋ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ପ୍ରମୋଦ କୁମାର ମଲ୍ଲିକ, ଉପନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉତ୍କଳ ସମ୍ମିଳନୀ ଏବଂ ପାରଳା ଗଜପତି ବିକାଶ ମଞ୍ଚର କର୍ମକର୍ତ୍ତାମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲୋ କୋଭିଡ୍ ନିୟମାବଳୀକୁ ଦୃଷ୍ଟିରେ ରଖି ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଅତି ସୀମିତ ସଂଖ୍ୟକ ଅତିଥି ଉପସ୍ଥିତ ରହିଥିଲୋ

Leave A Reply

Your email address will not be published.