ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

0 3

ଭୁବନେଶ୍ୱର(ଶାସକ ପ୍ରଶାସକ):ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛିା ଏହି ଅବସରରେ ରାଜଭବନସ୍ଥିତ ଉତ୍କଳଗୌରବଙ୍କ ପ୍ରତିମୂର୍ତ୍ତିରେ ବିଭାଗ ପକ୍ଷରୁ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲାା 

ସକାଳ ୭.୩୦ ମିନିଟ୍ ସମୟରେ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲୋ ଉତ୍କଳ ସମ୍ମିଳନୀ ପ୍ରତିଷ୍ଠା, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ଓଡ଼ିଆ ଭାଷାର ସୁରକ୍ଷା ଏବଂ ଓଡ଼ିଶାରେ ଶିକ୍ଷାଠାରୁ ଆରମ୍ଭ କରି ଶିଳ୍ପାୟନ ପର୍ଯ୍ୟନ୍ତ ସାମଗ୍ରିକ ବିକାଶ ପାଇଁ ମଧୁବାବୁ ଯେଉଁ ପ୍ରଦର୍ଶିତ ମାର୍ଗ ଦେଖାଇଥିଲେ, ଆଜି ତାହା ସମସ୍ତେ ସ୍ମରଣ କରି ରାଜ୍ୟର ପ୍ରଗତି ନିମନ୍ତେ ସମ୍ମିଳିତ ପ୍ରୟାସ କରିବାକୁ ମନ୍ତ୍ରୀ ଶ୍ରୀ ଦାସ ଏହି ଅବସରରେ ପ୍ରକାଶ କରିଥିଲୋ 

କୋଭିଡ୍ ମାର୍ଗଦର୍ଶିକାର ସଂପୂର୍ଣ୍ଣ ଅନୁପାଳନ ସହ ସ୍ୱଳ୍ପ ସଂଖ୍ୟକ ଅଧିକାରୀ ଓ କର୍ମଚାରୀଙ୍କୁ ନେଇ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ, ସୂଚନା ଓ ଲୋକସଂର୍ପକ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ପ୍ରମୋଦ କୁମାର ମଲ୍ଲିକ, ଉପନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ପ୍ରମୁଖ ଉତ୍କଳଗୌରବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲୋ 

 

Leave A Reply

Your email address will not be published.