ଯଶସ୍ବୀ ସାଧକ ମନୋଜ ଦାସଙ୍କ ସ୍ମୃତିରେ ଆନ୍ତର୍ଜାତୀୟ ପୁରସ୍କାର

0 2

ଜନ୍ମସ୍ଥାନରେ ମ୍ୟୁଜିଅମ ଓ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

Odisha's Eminent Writer Manoj Das Undergoing Treatment In Puducherry  Hospital – Odisha Bytes

ଭୁବନେଶ୍ବର,: ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା  ଓଡିଆ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ଓଡିଶା ସରକାରଙ୍କ ପକ୍ଷରୁ  ପ୍ରତିବର୍ଷ  ଦିଆଯିବ।  ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବ। ଏଥିନିମନ୍ତେ  ଉଭୟ ଓଡ଼ିଆ ଓ ଇରାଜୀ ଭାଷା ରେ ଗୋଟିଏ ଗୋଟିଏ  ପୁରସ୍କାର  ପ୍ରଦାନ କରାଯିବ । ପୁରସ୍କାର ବାବଦ ଏକ ଲଷ ଟଙ୍କା ପ୍ରଦାନ କରାଯିବ ।

ସେହିପରି ମନୋଜ ଦାସଙ୍କ ପରିବାର ସଦସ୍ୟ ମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ଜନ୍ମ ସ୍ଥାନ ବାଲେଶ୍ବର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ  ହାତକୁ ନେବେ ଏବଂ ତାହାକୁ ପ୍ରଥିତଯଶା ଭାତୃଦ୍ବୟ   ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ  ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ।  ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା  ଇତିହାସ ଓ ସାହିତ୍ୟ ଉପରେ   ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ। ବାସଭାବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ।

ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ  ଉତ୍କଳ ପ୍ରସଙ୍ଗ, ଓଡିଶା ରିଭ୍ୟୁ ଏବଂ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରକାଶିତ କୋଣାର୍କ ପତ୍ରିକାର ସ୍ବତନ୍ତ୍ର ସଂଖ୍ୟା ପ୍ରକାଶ କରାଯିବ।

ସୂଚନାଯୋଗ୍ୟ ଯେ ସ୍ବର୍ଗତ ମନୋଜ ଦାସଙ୍କର ବିୟୋଗ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ପରିବାରର ସଦସ୍ୟ ମାନଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ  ସମବେଦନା ଜଣାଇବା ସହିତ ସ୍ବର୍ଗତ ମନୋଜ ଦାସଙ୍କ ସ୍ମୃତି ରକ୍ଷା ସଂପର୍କରେ ଆଲୋଚନା କରିଥିଲେ ।

Leave A Reply

Your email address will not be published.