ଚାଷୀଙ୍କ ଖାତାକୁ ଗଲା କାଳିଆ ଯୋଜନାର 920 କୋଟି ଟଙ୍କା

0

https://www.youtube.com/watch?v=CV6ePa0_0Jo

କାଳିଆ ଯୋଜନା ଚାଷୀଙ୍କ ମୁହଁରେ ହସ ଆଣିଛି , ଋଣ ଭାର ଲାଘବ କରିଛି : ମୁଖ୍ୟମନ୍ତ୍ରୀ 

 ଚାଷୀର ତ୍ୟାଗର ମୂଲ୍ୟ କେହି ଦେଇ ପାରିବ ନାହିଁ ।

ଭୂବନେଶ୍ୱର:ଆସନ୍ତା କାଲି ଅଷୟତୃତୀୟା। ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦର ଦିନ । ଚାଷ କାମର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ । ଏହି ଅବସରରେ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର 42 ଲଷ ଚାଷୀ ପରିବାରର ବ୍ୟାଙ୍କ ଖାତାରେ ଖରିଫ 2021 ପାଇଁ କାଳିଆ ଯୋଜନାରେ 920 କୋଟି ଟଙ୍କା ଜମା କରାଯାଇଥିବା ବିଷୟ ଘୋଷଣା କରିଥିଲେ । ରାଜ୍ୟର ଛୋଟ ଚାଷୀ ,ନାମ ମାତ୍ର ଚାଷୀ ,ଓ ଭୂମି ହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନା ର ସହାୟତା ପାଇ ଏହାକୁ ଚାଷ କାମରେ ତଥା ଜୀବନ ଜୀବିକାର ଉନ୍ନତି ରେ ଲଗେଇବେ ବୋଲି ମୁଖ୍ୟମନ୍ତ୍ରୀ  ଆଶା ପ୍ରକାଶ କରିଥିଲେ ।

 ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ ଯୋଜନା । ଏହି ଯୋଜନା ଚାଷୀ ମୁହଁ ରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ  ଏହା ସହାୟକ ହୋଇଛି । ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀ ଙ୍କ ତ୍ୟାଗ ର ଉଚ୍ଚ ପ୍ରଶସା କରି ମୁଖ୍ୟମନ୍ତ୍ରୀ କହିଥିଲେ  ଯେ ଚାଷୀ ଆମର ଗର୍ବ ଓ ଗୌରବ । ଦେଶ ଓ ସମାଜ ପାଇଁ  ଚାଷୀର ତ୍ଯାଗ ର ତୁଳନା ନାହିଁ ।ଗତବର୍ଷ କୋଭିଡ଼ ସମୟରେ ଚାଷୀ ହି ଅର୍ଥନୀତିକୁ ସଜୀବନୀ ପରି ଶକ୍ତି ଦେଇଥିଲା ।ତେଣୁ ଚାଷୀର ତ୍ଯାଗ ର ମୂଲ୍ୟ କେହି ଦେଇ ପାରିବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ  ମତ ଦେଇଥିଲେ ।

 ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ମୋ ରାଜ୍ୟର ଚାଷୀ ,ଭଲରେ ରହୁ । ତାର ରୋଜଗାର ବଢୁ ତା ପରିବାରରେ  ସମୃଦ୍ଧି ଆସୁ ।ଏଥିପାଇଁ ମୁଁ କାମ କରୁଛି ଓ କରିଚାଲିବି ।”  କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେଏବେ ଆମେ କୋଭିଡ଼ ସକ୍ରମଣର ଦ୍ଵିତୀୟ ଲହର ର ସାମନା କରୁଛେ ।ସକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକ୍ ଡାଉନ ଚାଲିଛି ।କିନ୍ତୁ କୃଷି ଷେତ୍ର ପାଇଁ  କୌଣସି ଲକ୍ ଡାଉନ ନାହିଁ । ତେଣୁ ଚାଷୀ ଭାଇମାନେ  କୋଭିଡ଼ ନିୟମ ମାନି ଚାଷ କାମ ଜାରି ରଖିବା  ସହିତ ସରକାର ଙ୍କ ବିଭିନ୍ନ କୃଷି ବିକାଶ ଯୋଜନା ର ସୁଯୋଗ  ମଧ୍ୟ ନେବା ସେ ପାଇଁ ଆହ୍ଵାନ ଜଣାଇଥିଲେ ।

ଶେଷରେ ଚଳିତ ବର୍ଷ ପାଇଁ ଭଲ ପାଗ, ଭଲ ଫସଲ  ଓ ଚାଷୀ ପରିବାରର ସମୃଦ୍ଧି  ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହ ମୁଖ୍ୟମନ୍ତ୍ରୀ ସରକାର ଙ୍କ କୋଭିଡ଼ ନିୟମ କୁ କଡା କଡି ଭାବରେ ପାଳନ କରିବା ପାଇଁ ସମସ୍ତ ଙ୍କୁ ପୁଣି ଥରେ ନିବେଦନ କରିଥିଲେ । ସୂଚନାଯୋଗ୍ୟ ଯେ କାଳିଆ ଯୋଜନା ରାଜ୍ୟ ସରକାରଙ୍କ ଶ୍ରେଷ୍ଠ କୃଷି କଲ୍ୟାଣ ଯୋଜନା । ଏହି ଯୋଜନା ରେ  ଲଷ ଲଷ ଛୋଟ ଚାଷୀ ,ନାମ ମାତ୍ର ଚାଷୀ ଓ ଭୂମି ହୀନ ଚାଷୀ ପରିବାର ଉପକାର ପାଉଛନ୍ତି । 

କାଳିଆ  ସହାୟତାରେ ଚାଷୀ  କୃଷି ସାମଗ୍ରୀ କିଣବା ବେଳ ଭୂମି ହୀନ ଚାଷୀ ଛେଳି କୁକୁଡ଼ା ବତକ ପାଳନ ଆଦିରେ ବିନିଯୋଗ କରି ତା ପରିବାର ର ରୋଜଗାର ବଢାଇଥାଏ ।ଏହି କାର୍ଯ୍ୟକ୍ରମ ରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ,କାଳିଆ ଯୋଜନା କିପରି କୋଭିଡ଼ ସମୟରେ ଚାଷୀ ପରିବାର ପାଇଁ ଉପାଦେୟ ସାବ୍ୟସ୍ତ ହୋଇପାରିଛି ତା ଉପରେ ଆଲୋକପାତ କରିଥିଲେ |

ଏହି କାର୍ଯ୍ୟ କ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ,ମୁଖ୍ୟମନ୍ତ୍ରୀଙ୍କ କାର୍ଯାଳୟର ମୁଖ୍ୟ ପରାମର୍ଶ ଦାତା,  ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.